ଡବ୍ଲ୍ୟୁଏଚ୍‌ଓ ପକ୍ଷରୁ ‘କୋଭାକ୍ସିନ୍‌’କୁ ମିଳିପାରେ ମଞ୍ଜୁରୀ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ‘କୋଭାକ୍ସିନ୍‌’କୁ ନେଇ ଆସିଲା ଏକ ଖୁସି ଖବର । ଭାରତ ବାୟୋଟେକ୍ ଦ୍ୱାରା ପ୍ରସ୍ତୁତ କରୋନା ଟିକା ‘କୋଭାକ୍ସିନ୍‌’କୁ ଡବ୍ଲ୍ୟୁଏଚ୍‌ଓ ପକ୍ଷରୁ ଖୁବଶୀଘ୍ର ମଞ୍ଜୁରୀ ମିଳିପାରେ। ଏନେଇ ସୂଚନା ଦେଇଛନ୍ତି ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନର ମୁଖ୍ୟ ବୈଜ୍ଞାନିକ ଡ଼.ସୌମ୍ୟା ସ୍ୱାମୀନାଥନ । ସେ କହିଛନ୍ତି, କୋଭାକ୍ସିନ୍‌ର ଥାର୍ଡ ଫେଜ୍ ଟ୍ରାଏଲ୍‌ର ଫଳାଫଳ ଭଲ ରହିଛି। ଫଳରେ ଖୁବଶୀଘ୍ର କୋଭାକ୍ସିନ୍‌କୁ ଡବ୍ଲ୍ୟୁଏଚ୍‌ଓ ପକ୍ଷରୁ ମଞ୍ଜରୀ ମିଳିବା ନେଇ ଆଶା କରାଯାଉଛି ।

ଏହି ଟିକା ଏକାଧିକ ପ୍ରକାରର ଜୀବାଣୁ ବିରୁଦ୍ଧରେ ପ୍ରଭାବଶାଳୀ। ଡେଲଟା ଭାରିଏଣ୍ଟ ବିରୁଦ୍ଧରେ ଏହାର ପ୍ରଭାବ ଆଶା କରାଯାଉଥିବା ଠାରୁ କମ୍ ରହିଛି। ତଥାପି ଏହା ବେଶ ଭଲ ଫଳାଫଳ ଦେଉଛି। ସ୍ୱମୀନାଥନ ଆହୁରି କହିଛନ୍ତି, ଜରୁରୀକାଳିନ ବ୍ୟବହାର ତାଲିକାରେ ସାମିଲ ହୋଇଥିବା ସମସ୍ତ ଟିକା ଉପରେ ଆମେ ତୀକ୍ଷ୍ଣ ନଜର ରଖିଛୁ।

ଯଥା ସମ୍ଭବ ଅଧିକରୁ ଅଧିକ ତଥ୍ୟ ସଂଗ୍ରହ କରିବାକୁ ଆମେ ଚେଷ୍ଟା ମଧ୍ୟ ଜାରି ରଖିଛୁ। ଆମେରିକାକୁ ଛାଡି ବିଶ୍ୱର ଅଧିକାଂଶ ସ୍ଥାନରେ କରୋନା ମାମଲା କ୍ଷିପ୍ର ଗତିରେ ବଢ଼ିବାରେ ଲାଗିଛି। ସେହିପରି ମୃତ୍ୟୁ ସଂଖ୍ୟାରେ ମଧ୍ୟ ସୁଧାର ଆସିନାହିଁ। ଭାରତରେ ଅତି କମରେ ୬୦-୭୦ ପ୍ରତିତଶ ଜନସଂଖ୍ୟାରେ ଟିକାକରଣ ପାଇଁ ପରାମର୍ଶ ଦିଆଯାଇଛି। ଭାରତ ବ୍ରିଟେନ୍ ଭଳି ଦେଶ ଠାରୁ ପ୍ରେରଣା ନେବା ଉଚିତ। ବ୍ରିଟେନ୍ ଏବେ ବୁଷ୍ଟର ଶଟ୍ସ୍ ଯୋଜନା କରୁଛି। ଏଥିରୁ ଭାରତ କିଛି ଶିଖିବା ଉଚିତ। ପ୍ରାଥମିକ ଟିକାକରଣ ଉପରେ ଅଧିକ ଗୁରୁତ୍ୱ ଦେବା ଉଚିତ ବୋଲି ସ୍ୱାମୀନାଥନ କହିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ