ଆଜି ହୋଇପାରେ ମୁଖ୍ୟମନ୍ତ୍ରୀ ନାଁ ଘୋଷଣା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): କିଏ ହେବ ୩ ରାଜ୍ୟର ମୁଖ୍ୟମନ୍ତ୍ରୀ । ଏବେ ଲାଗି ରହିଛି ସସପେନ୍ସ । ଆଜି ନାଁ ଘୋଷଣା ହୋଇପାରେ ବୋଲି ଅନୁମାନ କରାଯାଉଛି । ସେପଟେ ମୁଖ୍ୟମନ୍ତ୍ରୀ ବାଛିବା ପାଇଁ ୩ ରାଜ୍ୟ ପାଇଁ ପର୍ଯ୍ୟବେକ୍ଷକ ଘୋଷଣା କରିଛି । ପର୍ଯ୍ୟବେକ୍ଷକମାନେ ପ୍ରତ୍ୟେକ ରାଜ୍ୟରେ ବିଧାୟକଙ୍କ ସହ ଆଲୋଚନା କରିଛନ୍ତି । ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କୁ ରାଜସ୍ଥାନର ପର୍ଯ୍ୟବେକ୍ଷକ କରାଯାଇଛି । ସେହିପରି ବିନୋଦ ତାୱଡେ ଏବଂ ସରୋଜ ପାଣ୍ଡେଙ୍କୁ ତାଙ୍କ ସହକାରୀ ସର୍ବେକ୍ଷଣକାରୀ ଭାବରେ ପଠାଯାଇଛି ।

ପର୍ଯ୍ୟବେକ୍ଷକମାନେ ଆଜି ସମସ୍ତ ୩ଟି ରାଜ୍ୟରେ ବିଧାୟକ ଦଳ ବୈଠକ କରିବେ । ମଧ୍ୟପ୍ରଦେଶକୁ ହରିୟାଣା ମୁଖ୍ୟମନ୍ତ୍ରୀ ମନୋହର ଲାଲ ଖଟ୍ଟର, କେ. ଲକ୍ଷ୍ମଣ ଏବଂ ଆଶା ଲାକ୍ରାଙ୍କୁ ପର୍ଯ୍ୟବେକ୍ଷକ ଭାବରେ ପଠାଯାଇଛି । ଛତିଶଗଡର ମୁଖ୍ୟମନ୍ତ୍ରୀ ଚେହେରା ବାଛିବା ଦାୟିତ୍ୱ ଭାଜପା କେନ୍ଦ୍ରମନ୍ତ୍ରୀ ସରବାନନ୍ଦ ସୋନେୱାଲଙ୍କୁ ଦିଆଯାଇଛି । ତାଙ୍କ ସହ କେନ୍ଦ୍ରମନ୍ତ୍ରୀ ଅର୍ଜୁନ ମୁଣ୍ଡା ଏବଂ ଭାଜପା ନେତା ଦୁଷ୍ୟନ୍ତ କୁମାର ଗୌତମଙ୍କୁ ମଧ୍ୟ ପଠାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ