Masthead

କର୍ଣ୍ଣାଟକରେ କିଏ ଗଢିବ ସରକାର?

କର୍ଣ୍ଣାଟକ (ବଡ଼ ଖବର ବ୍ୟୁରୋ): ଆଜି ପ୍ରକାଶ ପାଇବ କର୍ଣ୍ଣାଟକ ବିଧାନସଭା ଫଳାଫଳ । ବିଜେପି ପୁଣି ସରକାର ଗଠନ କରିବ ନା କଂଗ୍ରେସ କ୍ଷମତା ଦଖଲ କରିବ, ତା’କୁ ନେଇ ଆରମ୍ଭ ହୋଇଯାଇଛି କାଉଣ୍ଟଡାଉନ। ଏଥିପାଇଁ ସକାଳ ୮ଟାରୁ ଭୋଟ ଗଣତି ଆରମ୍ଭ ହେବ। ଏକଜିଟ ପୋଲରେ କଂଗ୍ରେସ ଆଗରେ ଥିବାବେଳ ବିଜେପି ଦ୍ୱିତୀୟରେ ଆସିବ ବୋଲି ଆଶା କରାଯାଉଛି। ଏହା ବ୍ୟତୀତ ଜେଡିଏସ ଏକଜିଟ ପୋଲରେ ‘କିଙ୍ଗମେକର’ ଭୂମିକାରେ ନଜର ଆସିଛି।

ତେବେ ଫଳାଫଳ ଆସିଲା ପରେ କର୍ଣ୍ଣାଟକରେ କିଏ ସରକାର ଗଢିବ ତାହା ଜଣାପଡିବ। ୨୦୨୪ ଲୋକ ସଭା ନିର୍ବାଚନକୁ ଦୃଷ୍ଟିରେ ରଖି ଏହି ନିର୍ବାଚନ ଉଭୟ କଂଗ୍ରେସ ଏବଂ ବିଜେପି ପାଇଁ ଗୁରୁତ୍ୱପୂର୍ଣ୍ଣ ବୋଲି କୁହାଯାଉଛି। ମେ’ ୧୦ ରେ କର୍ଣ୍ଣାଟକର ୨୨୪ ବିଧାନସଭା ଆସନ ପାଇଁ ଭୋଟ ହୋଇଥିଲା। ଆଜି ଭୋଟ ଗଣତି ସହ ଫଳାଫଳ ପ୍ରକାଶ ପାଇବ। ଏଥିପାଇଁ ସବୁ ପ୍ରକାରର ପ୍ରସ୍ତୁତ ଶେଷ ହୋଇଛି ଭୋଟ ଗଣତି ପାଇଁ ତ୍ରିସ୍ତରୀୟ ସୁରକ୍ଷା ବଳୟ ବ୍ୟବସ୍ଥା ଗ୍ରହଣ କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା