Masthead

ମନ୍ତ୍ରୀ ପଦକୁ ନେଇ ବଢ଼ିଲା ଚର୍ଚ୍ଚା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): କେନ୍ଦୁଝର ବିଧାୟକ ମୋହନ ଚରଣ ମାଝୀ ହେବେ ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ। ଆଜି ସେ ବିଧିବଦ୍ଧ ଭାବେ ଶପଥ ଗ୍ରହଣ କରିବେ। ଏଥିଲାଗି ଭୁବନେଶ୍ୱର ଜନତା ମଇଦାନରେ ହୋଇଛି ଭବ୍ୟ ଆୟୋଜନ। ସେପଟେ ମନ୍ତ୍ରିମଣ୍ଡଳରେ କାହାକୁ ସ୍ଥାନ ଦିଆଯିବ ସେ ନେଇ ଚାଲିଛି ଅଙ୍କ କଷା । ଏପଟେ କାହାକୁ ମନ୍ତ୍ରୀପଦ ମିଳିବ ସେ ନେଇ ସବୁଠି ଚର୍ଚ୍ଚା । ଆଲୋଚନା ହେଉଛି, ଦଳର ବରିଷ୍ଠ ବିଧାୟକମାନଙ୍କୁ ମନ୍ତ୍ରିମଣ୍ଡଳରେ ସାମିଲ କରିପାରେ । କୁହାଯାଉଛି ରେସରେ ଆଗରେ ଅଛନ୍ତି, ସମ୍ବଲପୁର ବିଧାୟକ ଜୟନାରାୟଣ ମିଶ୍ର, ଚିଲିକା ବିଧାୟକ ପୃଥ୍ୱୀରାଜ ହରିଚନ୍ଦନ, ସୁରେଶ ପୂଜାରୀ , କୁଚିଣ୍ଡା ବିଧାୟକ ରବି ନାଏକ ଓ ସୂରଜ ସୂର୍ଯ୍ୟବଂଶୀ ମଧ୍ୟ ମନ୍ତ୍ରିମଣ୍ଡଳରେ ସାମିଲ ହୋଇପାରନ୍ତି ।

ରଣପୁର ବିଧାୟିକା ସୁରମା ପାଢ଼ୀ ମନ୍ତ୍ରିମଣ୍ଡଳରେ ସାମିଲ ହୋଇପାରନ୍ତି ବୋଲି ଚର୍ଚ୍ଚା ହେଉଛି । ସେହିପରି କୋରେଇ ବିଧାୟକ ଆକାଶ ଦାସ ନାୟକ, ଧର୍ମଗଡ ବିଧାୟକ ସୁଧିର ରଂଜନ ପାଟ୍ଟଯୋଶୀ , ଉମରକୋଟ ବିଧାୟକ ନିତ୍ୟାନନ୍ଦ ଗଣ୍ଡ, ମାଲକାନଗିରି ବିଧାୟକ ନରସିଂହ ମାଡକାମୀ, ଗୋପାଳପୁର ବିଧାୟକ ବିଭୂତି ଭୂଷଣ ଜେନା, ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ନାଁ ବି ଚର୍ଚ୍ଚାରେ ରହିଛି । ଅନ୍ୟପଟେ ମୁଖ୍ୟମନ୍ତ୍ରୀ ଭାବେ ମୋହନ ଚରଣ ମାଝୀଙ୍କୁ ବିଧାୟକ ଦଳ ପକ୍ଷରୁ ଚୟନ କରାଯିବା ପରେ ସେ ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି ଯେ, ସେ ଆଦିବାସୀ ଅଞ୍ଚଳରୁ ଆସିଛନ୍ତି ଓ ସେମାନଙ୍କ କାମ ନିଶ୍ଚିୟ କରିବେ।

ଦାରିଦ୍ର୍ୟ ସୀମାରେଖା ତଳେ ଥିବା ଲୋକଙ୍କ ବହୁତ କାମ ପଡ଼ିରହିବା ସହିତ ସେମାନଙ୍କ ଅଞ୍ଚଳର ମଧ୍ୟ ଅନେକ କାର୍ଯ୍ୟ ହୋଇପାରିନି। ସେମାନଙ୍କ ଅଞ୍ଚଳରେ ବିକାଶ କିପରି ପହଞ୍ଚିବ ସେଥିପ୍ରତି ବିଶେଷ ଧ୍ୟାନ ଦିଆଯିବ। ଗତ ସରକାରରେ ଏନେଇ ଚିନ୍ତା କରାଗଲା ନାହିଁ। ତେଣୁ ଦଳର ଚିନ୍ତାଧାରାକୁ ନେଇ ବିଜେପି ସଂକଳ୍ପପତ୍ରରେ ଯାହାସବୁ ପ୍ରତିଶ୍ରୁତି ଦେଇଥିଲା ଯେପରିକି ସୁଭଦ୍ରା ଯୋଜନା, ଏମ୍‌ଏସ୍‌ପି ବୃଦ୍ଧି କରିବା ଆଦି ସବୁ କଥା ପୂରଣ କରିବା ଦିଗରେ କାର୍ଯ୍ୟ କରାଯିବ। ଏବେ ଡବଲ ଇଞ୍ଜିନ ସରକାର ଓଡ଼ିଶାରେ ଆସିପାରିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହିତ ସେ ଟେଲିଫୋନ ଯୋଗେ କଥା ହୋଇଛନ୍ତି। ରାଜ୍ୟରେ ଆସନ୍ତା ୫୦ ବର୍ଷ ପାଇଁ କିପରି ବିକାଶମୂଳକ କାର୍ଯ୍ୟ ହେବ, ସେନେଇ ଆଲୋଚନା କରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ