Before Header

ଶ୍ରୀମନ୍ଦିରରେ ପ୍ରବଳ ଭିଡ଼, ସାରାରାତି ହେବ ଜଗା ଦର୍ଶନ

0 530

ପୁରୀ(ବଡ଼ ଖବର ବ୍ୟୁରୋ):ଆଜି ସାରା ରାତି ଭକ୍ତଙ୍କୁ ଦର୍ଶନ ଦେବେ ପ୍ରଭୁ ଜଗନ୍ନାଥ । କାର୍ତ୍ତିକ ପୂର୍ଣ୍ଣିମାକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏହି ନିଷ୍ପତି ନିଆଯାଇଛି । ଆସନ୍ତାକାଲି କାର୍ତ୍ତିକ ପୂର୍ଣ୍ଣିମାରେ ସୁନାବେଶରେ ଦର୍ଶନ ଦେବେ ମହାବାହୁ । ଆଜି ପଞ୍ଚୁକର ଚତୁର୍ଥ ଦିନ ହୋଇଥିବାରୁ ମହାପ୍ରଭୁଙ୍କ ଦର୍ଶନ ପାଇଁ ଶ୍ରୀମନ୍ଦିରରେ ଭକ୍ତଙ୍କ ନାହିଁ ନଥିବା ଭିଡ ଦେଖିବାକୁ ମିଳିଛି । ଏହାଛଡା ଆଜି ଛୁଟିଦିନ ରବିବାର ଥିବାରୁ ହଜାର ହଜାର ଭକ୍ତଙ୍କ ସମାଗମ ହେବାଲେ ଲାଗିଛି । ଅନ୍ୟପଟେ ପ୍ରଶାସନ ପକ୍ଷରୁ ଶୃଙ୍ଖଳିତ ଦର୍ଶନ ସହ ଶ୍ରଦ୍ଧାଳୁଙ୍କ ସୁବିଧା ପାଇଁ ବ୍ୟାପକ ବନ୍ଦୋବସ୍ତ କରାଯାଇଛି ।

Leave A Reply

Your email address will not be published.