Masthead

କାହିଁକି ମଞ୍ଚରେ କାନ୍ଦିଲେ ରାଜା ସ୍ୱାଇଁ?

କଟକ (ବଡ଼ ଖବର ବ୍ୟୁରୋ): ମଞ୍ଚ ଉପରେ ଭାବୁକ ହେଲେ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ । ଆଠଗଡ ବିଧାୟକ ତଥା କୃଷି ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ କାନ୍ଦି କାନ୍ଦି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ କଥା କହି ଭାବବିହ୍ୱଳ ହେଲେ । କହିଲେ ନବୀନ ପଟ୍ଟନାୟକ.. ସେ ଆମ ପେଟକୁ ଅନାଇଛି। ତାର ବାପା ନାହିଁ, ମା ନାହିଁ, ପୁଅ ନାହିଁ, ଝିଅ ନାହିଁ, ତାର କେହି ନାହିଁ। ସାଢେ ୪ କୋଟି ଲୋକ ହେଲେ ତାର ପରିବାର। ସେ ମରିଗଲେ ତା ମୁହଁରେ ପାଣି ଦେବାକୁ ବି କେହି ନାହିଁ ।

ମୁଖାଗ୍ନି ଦେବାକୁ କେହି ନାହିଁ। ସେ ପରିବାରର ସମସ୍ତଙ୍କୁ ଦେଇଛି, ତା ମୁହଁକୁ ଟିକେ ଅନାଇବ, ଏତିକି ନିବେଦନ ।’ ଏଭଳି ଭାବବିହ୍ୱଳ ଢଙ୍ଗରେ ସଭା ମଞ୍ଚରେ କାନ୍ଦି କାନ୍ଦି ହାତ ଯୋଡି ମନ୍ତ୍ରୀ ତଥା ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ(ରାଜା) ଲୋକଙ୍କୁ ଅନୁରୋଧ କରିବା ଘଟଣା ଆଜି ଚର୍ଚ୍ଚାର ବିଷୟ ପାଲଟିଛି । ଆଠଗଡ଼ ମହୋତ୍ସବ ପଡିଆରେ ଆୟୋଜିତ ବର୍ଦ୍ଧିତ ଭତ୍ତା ବଣ୍ଟନ କାର୍ଯ୍ୟକ୍ରମରେ ଏଭଳି ନିବେଦନ କରିଥିଲେ ରାଜା ସ୍ବାଇଁ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି