Masthead

ପ୍ରତାପ କାହିଁକି ଇସ୍ତଫା ଦେଇନାହାନ୍ତି ?

ମାହାଙ୍ଗା(ବଡ଼ ଖବର ବ୍ୟୁରୋ): ଟାର୍ଗେଟରେ ଆଇନମନ୍ତ୍ରୀ । କାହିଁକି ପ୍ରତାପ ଜେନାକୁ ଗିରଫ କରାଯାଉନି ବୋଲି ପ୍ରଶ୍ନ କଲା ବିଜେପି । ମାହାଙ୍ଗ ଡବଲ ମର୍ଡର ଘଟଣାରେ ପ୍ରତାପଙ୍କର ସିଧାସଳଖ ସମ୍ଫୃକ୍ତି ରହିଥିବା ପୁଣି ଅଭିଯୋଗ କଲା ବିଜେପି । ଓଡିଶା ଗସ୍ତରେ ଆସି ବିଜେପି ରାଜ୍ୟ ପ୍ରଭାରୀ ଡି.ପୁରନ୍ଦେଶ୍ୱରୀ ମାହାଙ୍ଗା ଡବଲ ମର୍ଡର ପ୍ରସଙ୍ଗ ଉଠାଇଛନ୍ତି । ଓଡିଶାରେ ଆଇନ ଶୃଙ୍ଖଳା ପରିସ୍ଥିତି ବିପର୍ଯ୍ୟସ୍ତ । ଦୁର୍ନିତି ବିରୋଧରେ କହୁଥିବା ଲୋକଙ୍କୁ ହତ୍ୟା କରାଯାଉଛି ।

ଯାହା ମାହାଙ୍ଗାରେ ଦେଖିବାକୁ ମିଳଛି । କୂଳମଣି ବରାଳ ଏବଂ ଦିବ୍ୟସିଂହ ବରାଳ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଦୁର୍ନିତି ହେଉଥିବା ପ୍ରସଙ୍ଗ ବାରମ୍ବାର ଉଠାଉଥିଲେ । ଶାସକ ଦଳର ନେତା ଏହି ଦୁର୍ନିତି କରୁଥିବା ବାରମ୍ବାର ଅଭିଯୋଗ କରୁଥିଲେ । ଯେଉଁଥିପାଇଁ ଉଭୟଙ୍କୁ ହତ୍ୟା କରାଯାଇଛି ବୋଲି ଡି.ପୁରନ୍ଦେଶ୍ୱରୀ ମାହାଙ୍ଗା ପ୍ରସଙ୍ଗରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଅଭିଯୋଗ କରିଛନ୍ତି । ଭାଜପା କୂଳମଣି ଓ ତାଙ୍କ ପରିବାର ସହ ଅଛି । ନ୍ୟାୟ ନ ମିଳିବା ଯାଏ ଏ ଲଢେଇ ଜାରି ରହିବ । ମୁଖ୍ୟମନ୍ତ୍ରୀ ନ୍ୟାୟ ଦିଅନ୍ତୁ । ନଚେତ ରାଜ୍ୟବାସୀଙ୍କର ଭରସା ଉଠିଯିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନେପାଳରେ ବିମାନ ଅଘଟଣ, ବଞ୍ଚିଗଲେ ୧୬ ଯାତ୍ରୀ 🔴 ଆଫଗାନିସ୍ତାନରେ ଏୟାରଷ୍ଟ୍ରାଇକ୍‌, ଚିନ୍ତା ପ୍ରକାଶ କଲା ରୁଷ ଦୂତାବାସ 🔴 ବନ୍ୟା ଯୋଗୁଁ ୭ ଯାଇଛି ଜୀବନ: ସୁରେଶ ପୂଜାରୀ 🔴 ବାୟାପଡ଼ା ଓ ମାନବକୋଣ୍ଡା ଘାଟିରେ ଭୂସ୍ଖଳନ 🔴 MMDR ତାତି: ବିଧାନସଭାରେ ବିରୋଧୀଙ୍କ ହଟ୍ଟଗୋଳ, ୪ଟା ଯାଏଁ ମୁଲତବି ଗୃହ 🔴 ଓଡ଼ିଶାକୁ ନୟାନ୍ତ କରିବ ବର୍ଷା 🔴 ପାଠ ପଢିବା ବଦଳରେ ପିଲା କରୁଛନ୍ତି କାମ 🔴 ଗାନ୍ଧି ମାର୍ଗରେ ଗର୍ଜିଲା ବିଜେଡି 🔴 ଭୟଙ୍କର ରୂପ ନେଇ ସ୍ଥଳଭାଗ ଆଡ଼େ ମାଡ଼ି ଆସୁଛି.. 🔴 ଗଭୀର ଅବପାତ ନେଇ IMDର ବଡ଼ ସୂଚନା, ୨୩ ରାତିରେ ଉପକୂଳ ଛୁଇଁବ   🔴 ନେପାଳରେ ବିମାନ ଅଘଟଣ, ବଞ୍ଚିଗଲେ ୧୬ ଯାତ୍ରୀ 🔴 ଆଫଗାନିସ୍ତାନରେ ଏୟାରଷ୍ଟ୍ରାଇକ୍‌, ଚିନ୍ତା ପ୍ରକାଶ କଲା ରୁଷ ଦୂତାବାସ 🔴 ବନ୍ୟା ଯୋଗୁଁ ୭ ଯାଇଛି ଜୀବନ: ସୁରେଶ ପୂଜାରୀ 🔴 ବାୟାପଡ଼ା ଓ ମାନବକୋଣ୍ଡା ଘାଟିରେ ଭୂସ୍ଖଳନ 🔴 MMDR ତାତି: ବିଧାନସଭାରେ ବିରୋଧୀଙ୍କ ହଟ୍ଟଗୋଳ, ୪ଟା ଯାଏଁ ମୁଲତବି ଗୃହ 🔴 ଓଡ଼ିଶାକୁ ନୟାନ୍ତ କରିବ ବର୍ଷା 🔴 ପାଠ ପଢିବା ବଦଳରେ ପିଲା କରୁଛନ୍ତି କାମ 🔴 ଗାନ୍ଧି ମାର୍ଗରେ ଗର୍ଜିଲା ବିଜେଡି 🔴 ଭୟଙ୍କର ରୂପ ନେଇ ସ୍ଥଳଭାଗ ଆଡ଼େ ମାଡ଼ି ଆସୁଛି.. 🔴 ଗଭୀର ଅବପାତ ନେଇ IMDର ବଡ଼ ସୂଚନା, ୨୩ ରାତିରେ ଉପକୂଳ ଛୁଇଁବ