Masthead

ପାରିବାରିକ କଳହ, ସ୍ତ୍ରୀ କାଟିଲା ସ୍ୱାମୀର ବେକ

ଆସିକା(ବଡ଼ ଖବର ବ୍ୟୁରୋ): ସ୍ତ୍ରୀ କାଟିଲା ସ୍ୱାମୀର ବେକ । ପାରିବାରିକ କଳହରୁ ଏଭଳି ଘଟଣା ଘଟିଛି । ସ୍ୱାମୀକୁ ଗୁରୁତର ଅବସ୍ଥାରେ ଆସିକା ସବଡିଭିଜନ ମେଡିକାଲରେ ଚିକିତ୍ସା ପାଇଁ ଭର୍ତ୍ତି ହୋଇଛନ୍ତି । ପ୍ରାଥମିକ ଚିକିତ୍ସା ପରେ ଅବସ୍ଥା ଗୁରୁତର ହେବାରୁ ବ୍ରହ୍ମପୁର ବଡ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି । ଏଭଳି ଘଟଣା ଘଟିଛି ଧରାକୋଟ ଥାନା ବରିଗୁଡା ଗାଁରେ। ରୋହିତ ପାତ୍ର ଅନେକ ସମୟରେ ମଦ୍ୟପାନ କରିଥାନ୍ତି । ଏଥିପାଇଁ ପରିବାରରେ କଳହ ଲାଗି ରହିଥିଲା । ଗତକାଲି ମଦ୍ୟପାନ କରି ନିଜ ସ୍ତ୍ରୀ କସ୍ତୁରୀ ପାତ୍ରକୁ ମାରପିଟ କରିଥିଲେ । ଗତକାଲି ରାତି ପ୍ରାୟ ୮.୩୦ରେ ସ୍ୱାମୀ ସ୍ତ୍ରୀ ମଧ୍ୟରେ କଥା କଥା କଟାକଟି ହୋଇଥିଲା । ଅତିଷ୍ଠ ହୋଇ ସ୍ତ୍ରୀ କସ୍ତୁରୀ ଧାରୁଆ ଛୁରୀରେ ନିଜ ସ୍ଵାମୀର ବେକ ଓ ପିଠିକୁ କାଟି ଦେଇଥିଲେ । ଘଟଣା ସ୍ଥଳରେ ଧରାକୋଟ ପୋଲିସ ପହଁଚି ଅଧିକ ତଦନ୍ତ କରୁଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ