Masthead

ଥାନାରେ ପହଞ୍ଚିଲା ରାଜପରିବାର କଳି

ବଲାଙ୍ଗିର (ବଡ଼ ଖବର ବ୍ୟୁରୋ):  ବଲାଙ୍ଗିର ରାଜପରିବାର ବିରୋଧରେ ନିର୍ଯାତନା ଅଭିଯୋଗ ଆଣିଲେ ବୋହୂ ଅଦ୍ରୀଜା । ରାଜା ଘରର ଗୁମର କଥା ଓ ଘର ଚାରି କାନ୍ଥ ଭିତରେ କୁହୁଳୁଥିବା କଳି ଏବେ ଦାଣ୍ଡରେ ପଡ଼ିଛି । ଦୀର୍ଘ ଦିନରୁ ବୈବାହିକ ଜୀବନରେ ବିବାଦ ଲାଗି ରହିଥିବା ଅଦ୍ରୀଜା ଅର୍କେଶ କଳି ମାମଲା ଏବେ ଥାନାକୁ ପହଁଞ୍ଚିଛି । ଖୋଦ୍ ସାନ ବୋହୂ ବଲାଙ୍ଗିର ରାଜ ପରିବାର ବିରୋଧରେ ସଙ୍ଗିନ ଅଭିଯୋଗ ଆଣିଛନ୍ତି ।

ଶ୍ୱଶୁର ଘର ଲୋକେ ତାଙ୍କୁ ଅକଥନୀୟ ନିର୍ୟାତନା ଦେଉଥିବା ନେଇ ଅଭିଯୋଗ କରିଛିନ୍ତି ଅଦ୍ରୀଜା ସିଂହଦେଓ । ଅର୍କେଶ ନାରାୟଣ ସିଂହଦେଓଙ୍କ ପତ୍ନୀ ଅଦ୍ରୀଜା ସିଂହଦେଓ ଏବେ ଶ୍ୱଶୁର ଘର ଲୋକଙ୍କ ନାଁରେ ନିର୍ଯାତନା ଅଭିଯୋଗ ଆଣିଛନ୍ତି । ସୂଚନା ଅନୁସାରେ, ୨୦୧୭ ନଭେମ୍ବର ମାସରେ ଅର୍କେଶ ସିଂହଦେଓ ଅଦ୍ରୀଜାଙ୍କୁ ବିବାହ କରିଥିଲେ । ହେଲେ ବିବାହ ପର ଠାରୁ ତାଙ୍କୁ ଶ୍ୱଶୁର ଘର ଲୋକେ ନିର୍ଯାତନା ଦେଇ ଆସୁଥିଲେ । ଏପରିକି ନିର୍ୟାତନା ଅସହ୍ୟ ହେବାରୁ ଶେଷରେ ପୋଲିସର ଦ୍ୱାରସ୍ଥ ହୋଇଛନ୍ତି ଅଦ୍ରୀଜା ସିଂହଦେଓ ।

ତେବେ ନିର୍ଯାତନା ନେଇ ପୋଲିସକୁ ଜଣାଇଥିଲେ ବି କିଛି ସୁଫଳ ମିଳିନଥିବାରୁ ଅଦ୍ରୀଜା ଉତ୍ତରାଖଣ୍ଡ ଡିଜିପି ଅଫିସରଙ୍କ ଦ୍ୱାରସ୍ଥ ହୋଇଥିବା ଜଣାପଡିଛି । ତାଙ୍କୁ ସୁରକ୍ଷା ଦେବା ପାଇଁ ସେ ଡିଜିପିଙ୍କ ନିକଟରେ ଗୁହାରି କରିଛନ୍ତି । ଅଦ୍ରୀଜା ପୂର୍ବତନ ପ୍ରଧାନମନ୍ତ୍ରୀ ବିଶ୍ଵନାଥ ପ୍ରତାପ ସିଂହଙ୍କ ନାତୁଣୀ ହୋଇଥିବା ବେଳେ ଅର୍କେଶ ନାରାୟଣ ସିଂହଦେଓ ହେଉଛନ୍ତି ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ରାଜେନ୍ଦ୍ର ନାରାୟଣ ସିଂହଦେଓଙ୍କ ନାତି ।

ବଲାଙ୍ଗିର ରାଜନୀତିରେ ସକ୍ରିୟ ରହିଥିବା ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓଙ୍କ ସାନ ପୁଅ ଅର୍କେଶ ସିଂହଦେଓ ଗତ କିଛି ମାସ ହେଲା ଦେଖା ଦର୍ଶନ ନାହିଁ । ପାରିବାରିକ ବିବାଦ ଯୋଗୁଁ ବଲାଙ୍ଗିରରୁ ଉଭାନ ହୋଇ ଯାଇଛନ୍ତି ଅର୍କେଶ । ସେପଟେ ବଲାଙ୍ଗିର ବିଜେଡିର ସମୀକରଣ ବଦଳିବା ନେଇ ଚର୍ଚ୍ଚା ହେଉଛି । କାରଣ ଅର୍କେଶ ପାରିବାରିକ ବିବାଦରେ ଛନ୍ଦି ହୋଇ ପଡିଥିବା ବେଳେ ମନ୍ମଥ ସକ୍ରିୟ ହେବାରେ ଲାଗିଛନ୍ତି । ଏପରିକି ଟିକେଟ ମିଳିଲେ ନିର୍ବାଚନ ଲଢିବେ ବୋଲି ବି କହିଛନ୍ତି ମନ୍ମଥ । ଅନ୍ୟପଟେ ପାରିବାରିକ ବିବାଦ ଯୋଗୁଁ ବଲାଙ୍ଗିର ରାଜନୀତିରୁ ଟିକେ ଦୁରେଇ ଯାଇଛନ୍ତି ଅର୍କେଶ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ