Masthead

ସଂସଦ ଉପରେ ଆକ୍ରମଣ ଧମକ ଦେଲା ଗୁରୁପନ୍ଥ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଚାଲିଛି ଶୀତକାଳୀନ ଅଧିବେଶନ । ଏହାରି ଭିତରେ ଆସିଛି ଏକ ଆଶ୍ଚର୍ଯ୍ୟ ଖବର । ସଂସଦ ଉପରେ ଆକ୍ରମଣ ପାଇଁ ଦିଆଯାଇଛି ଧମକ । ଖଲିସ୍ଥାନୀ ଆତଙ୍କବାଦୀଙ୍କ ଧମକ ଦେଇଥିବା ସୂଚନା ମିଳିଛି । ଆମେରିକାରେ ରହୁଥିବା ଆତଙ୍କବାଦୀ ଗୁରୁପନ୍ତ ସିଂ ପନ୍ନୁ ଭିଡିଓ ଜାରି କରି ସଂସଦ ଉପରେ ଆକ୍ରମଣ କରିବାକୁ ଧମକ ଦେଇଛି । ୨୦୦୧ରେ ସଂସଦରେ ହୋଇଥିଲା ଆକ୍ରମଣ । ଡିସେମ୍ବର ୧୩ପୂର୍ବରୁ ପୁଣି ଥରେ ଆକ୍ରମଣ କରିବାକୁ ଧମକ ଦେଇଛି ଗୁରୁପନ୍ଥ ।

ଜାତୀୟ ଗଣମାଧ୍ୟମର ରିପୋର୍ଟ ଅନୁସାରେ ଗୁରୁପନ୍ଥ ରିଲିଜ କରିଥିବା ଭିଡିଓ ପୋଷ୍ଟରରେ ଆତଙ୍କବାଦୀ ଅଫଜଲ ଗୁରୁ ସହ ତାର ଫଟୋ ରହିଛି । ସଂସଦ ଉପରେ ଆକ୍ରମଣ ମାମଲାରେ ଆତଙ୍କବାଦୀ ଅଫଜଲ ଗୁରୁକୁ ୨୦୧୩ରେ ଫାଶୀ ଦିଆଯାଇଥିଲା । ଏପରିକି ପୋଷ୍ଟରରେ ଦିଲ୍ଲୀ ବନେଗା ଖଲ୍ଲୀସ୍ଥାନ ବୋଲି ଲେଖା ରହିଛି । ତେବେ ଗୁରୁପନ୍ଥ ଭଳି ଆତଙ୍କବାଦୀ ଏଭଳି ଭିଡିଓ ଜାରି କରିବା ପରେ, ଦିଲ୍ଲୀ ପୋଲିସ ସତର୍କ ହୋଇଛି । ସଂସଦ ସମେତ ପୂରା ଦିଲ୍ଳୀର ସୁରକ୍ଷା ବ୍ୟବସ୍ଥାକୁ ବଢ଼ାଇ ଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ