Masthead

ବିରୋଧୀଙ୍କୁ ମୋଦିଙ୍କ ଟାର୍ଗେଟ, ବିଗତ ୧୦ ବର୍ଷରେ ଆପଣମାନେ କ’ଣ କରିଛନ୍ତି ସମୀକ୍ଷା କରନ୍ତୁ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆଜିଠୁ ଆରମ୍ଭ ହୋଇଛି ସଂସଦରେ ବଜେଟ ଅଧିବେଶନ। ଫେବ୍ରୁଆରି ୯ ତାରିଖ ଯାଏଁ ଚାଲିବ ଏହି ଅଧିବେଶନ । ୨୦୨୪ ଲୋକସଭା ନିର୍ବାଚନ ପୂର୍ବରୁ ଏହା ହେଉଛି ଶେଷ ଅଧିବେଶନ। ସଂସଦରେ କାମଚଳା ବଜେଟ୍ ଉପସ୍ଥାପିତ ହେବା ପୂର୍ବରୁ ଆଜି ବିରୋଧିଙ୍କୁ କଡ଼ା ଟାର୍ଗେଟ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପାର୍ଲାମେଣ୍ଟ ଭବନରେ ପ୍ରବେଶ ପୂର୍ବରୁ ମୋଦି ଗଣମାଧ୍ୟମକୁ ସମ୍ବୋଧନ କରିଛନ୍ତି।

ପରୋକ୍ଷରେ ସଂସଦରେ ହଙ୍ଗାମା କରୁଥିବା ସାଂସଦଙ୍କୁ ସମାଲୋଚନା କରିବାକୁ ପଛାଇ ନାହାନ୍ତି। ସେ କହିଛନ୍ତି, ବିଗତ ୧୦ ବର୍ଷରେ ଆପଣମାନେ କ’ଣ କରିଛନ୍ତି ସମୀକ୍ଷା କରନ୍ତୁ। ଆପଣଙ୍କ ବ୍ୟବହାରକୁ ନେଇ ଲୋକେ କଣ କହୁଛନ୍ତି ପଚାରି ବୁଝନ୍ତୁ। ଏହି ଅଧିବେଶନ ହେବ ଆପଣମାନଙ୍କ ପାଇଁ ପଶ୍ଚାତାପର ଅବସର। କାଲି ମଧ୍ୟବର୍ତ୍ତୀକାଳୀନ ବଜେଟ ଉପସ୍ଥାପିତ ହେବାକୁ ଯାଉଛି। ପରେ ପୂରା ବଜେଟ ଉପସ୍ଥାପନା ନେଇ ଦମ୍ଭୋକ୍ତି ଦେଖାଇଲେ ମୋଦି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ