Masthead

ମହାରାଷ୍ଟ୍ରରେ ପୁଣି ଫେରିବ କି ଲକଡାଉନ !

ମହାରାଷ୍ଟ୍ର (ବଡ଼ ଖବର ବ୍ୟୁରୋ): ମହାରାଷ୍ଟ୍ରରେ କରୋନା ଅଣାୟତ । ଗୋଟିଏ ଦିନରେ ୪୩,୧୮୩ ପଜିଟିଭ ଚିହ୍ନଟ । ସବୁଠାରୁ ଅଧିକ ମାମଲା କେବଳ ମହାରାଷ୍ଟ୍ର ରାଜ୍ୟରୁ ଚିହ୍ନଟ ହୋଇଛି । ଏହାକୁ ଦୃଷ୍ଟିରେ ରଖି ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଶୁକ୍ରବାର ଜରୁରୀ ବୈଠକ ଡାକିଛନ୍ତି । ଏହି ବୈଠକରେ କିଛି ବଡ ଘୋଷଣା କରାଯାଇପାରେ ବୋଲି ଅନୁମାନ କରାଯାଉଛି । ଗୁରୁବାର ଦିନ ମୁମ୍ବାଇରେ ସବୁଠାରୁ ଅଧିକ ୮,୬୪୬ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି, ପୁଣେରେ ୪୭୯୫ । ମାର୍ଚ୍ଚରେ ମହାରାଷ୍ଟ୍ରରେ ୬.୬ ଲକ୍ଷ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଫେବୃଆରୀ ମାସ ତୁଳନାରେ ଏହା ୬୦୦ ପ୍ରତିଶତ ବୃଦ୍ଧି ପାଇଥିବା କୁହାଯାଇଛି । ଏନେଇ ମହାରାଷ୍ଟ୍ର ନଗର ନିଗମ ପକ୍ଷରୁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଛି । ଯେଉଁ ସୋସାଇଟରେ ୫ ଅଧିକ ପଜିଟିଭ୍ ଚିହ୍ନଟ ହେଉଛନ୍ତି ତାହାକୁ ସିଲ୍ କରାଯାଉଛି , ବିଡ୍ ସହରକୁ ୨୬ ମାର୍ଚ୍ଚରୁ ୪ ଏପ୍ରିଲ ପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଲକଡାଉନ୍ କରାଯାଇଛି । ସେହିଭଳି ନାଦେଡ ସହରକୁ ୨୫ ମାର୍ଚ୍ଚରୁ ୪ ଏପ୍ରିଲ ପର୍ଯ୍ୟନ୍ତ ଲକଡାଉନ୍ ଘୋଷଣା କରାଯାଇଛି । ନନ୍ଦୁରବାର ସହରକୁ ୩୧ ମାର୍ଚ୍ଚରୁ ୧୫ ଏପ୍ରିଲ ପର୍ଯ୍ୟନ୍ତ ଲକଡାଉନ ଘୋଷଣା କରାଯାଇଛି । ଏଭଳି ସ୍ଥିତିରେ ଶୁକ୍ରବାର ମୁଖ୍ୟମନ୍ତ୍ରୀ ଜରୁରୀକାଳୀନ ବୈଠକ ଡକାଯାଇଛି । ଏହି ବୈଠକରେ ରାଜ୍ୟରେ କରୋନା ସ୍ଥିତିକୁ ନିୟନ୍ତ୍ରଣ କରିବାକୁ କଡା ପଦକ୍ଷେପମାନ ଗ୍ରହଣ କରାଯିବ ବୋଲି ଅନୁମାନ କରାଯାଉଛି । ବିଶେଷ ଭାବେ କୁହାଯାଉଛି କି ପୁରା ରାଜ୍ୟକୁ ସମ୍ପୂର୍ଣ୍ଣ ଲକଡାଉନ୍ ଘୋଷଣା କରାଯାଇପାରେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା