Masthead

‘ତଦନ୍ତକାରୀ ଅଫିସର ପରିବର୍ତ୍ତନ ନହେବା ଯାଏଁ ସହଯୋଗ କରିବି ନାହିଁ’

ମୁମ୍ବାଇ (ବଡ଼ ଖବର ବ୍ୟୁରୋ): ଭେଟେରାନ ଅଭିନେତା ସତୀଶ କୌଶିକଙ୍କ ମୃତ୍ୟୁ ଘଟଣା । ତଦନ୍ତକାରୀ ଅଫିସରପରିବର୍ତ୍ତନ ନହେବା ପର୍ଯ୍ୟନ୍ତ ତଦନ୍ତରେ ସହଯୋଗ କରିବେ ନାହିଁ ବୋଲି କହିଛନ୍ତି ବିକାଶ ମମାଲୁଙ୍କ ପତ୍ନୀ । ସ୍ବାମୀଙ୍କ ବିରୋଧରେ ଅଭିଯୋଗ କରିବା ପରେ ଦିଲ୍ଲୀ ପୁଲିସ ବିକାଶ ମାଲୁଙ୍କ ଦ୍ବିତୀୟ ପତ୍ନୀଙ୍କ ବୟାନ ରେକର୍ଡ଼ କରିବାକୁ ଡାକିଥିଲେ । କିନ୍ତୁ ସେ ହାଜର ହେବା ପରିବର୍ତ୍ତେ ତଦନ୍ତକାରୀ ଅଫିସର ପରିବର୍ତ୍ତନ ନହେବା ଯାଏଁ ତଦନ୍ତରେ ସହଯୋଗ କରିବେ ନାହିଁ ବୋଲି ସେ କହିଛନ୍ତି ।

ବିକାଶ ମାଲୁଙ୍କ ପତ୍ନୀ ତାଙ୍କ ସ୍ୱାମୀଙ୍କ ବିରୋଧରେ ଗୁରୁତର ଅଭିଯୋଗ ଆଣିଛନ୍ତି। ସେ ଅଭିଯୋଗ କରିଛନ୍ତି ଯେ ଅଭିନେତା ସତୀଶ କୌଶିକ ଏବଂ ତାଙ୍କ ସ୍ୱାମୀଙ୍କର ବ୍ୟାବସାୟିକ ଲିଙ୍କ ଥିଲା । ଉଭୟଙ୍କ ମଧ୍ୟରେ ଆର୍ଥିକ ବିବାଦ ଥିଲା। ଯେହେତୁ କୌଶିକ ଫାର୍ମହାଉସରେ ଅସୁସ୍ଥ ହୋଇଥିଲେ ଏବଂ ପରେ ତାଙ୍କର ମୃତ୍ୟୁ ହୋଇଥିଲା, ଏଥିପାଇଁ ତାଙ୍କ ସ୍ବାମୀଙ୍କ ଭୂମିକା ସନ୍ଦେହଘେରକୁ ଆସୁଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’