Masthead

ଗୃହ ସ୍ୱାଭାବିକ ଚାଲିବ ତ?

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଧାନସଭା ବଜେଟ ଅଧିବେଶନ । ଦୁଇ ଦିନ ଧରି ଜାରି ରହିଛି ଅଚଳାବସ୍ଥା । ବିରୋଧୀ ଦଳର ହଟ୍ଟଗୋଳ ପାଇଁ ଅଚଳ ରହିଛି ଗୃହ । ଆଜି ତୃତୀୟ ଦିନରେ ବି ବିରୋଧୀଙ୍କ ହୋହଲ୍ଲା ହେବା ନେଇ ଆଶଙ୍କା ରହିଛି । ମନ୍ତ୍ରୀ ନବ ଦାସ ହତ୍ୟାକାଣ୍ଡକୁ ନେଇ ବିରୋଧୀ ବିଧାନସଭା ଚଳାଇ ଦେଉନାହାନ୍ତି । ରାଜ୍ୟର ଜଣେ କ୍ୟାବିନେଟ୍ ମନ୍ତ୍ରୀଙ୍କୁ ହତ୍ୟା କରାଯିବା ଘଟଣାକୁ ଉଭୟ ବିଜେପି ଓ କଂଗ୍ରେସ ମୁଖ୍ୟ ପ୍ରସଙ୍ଗ କରିଛନ୍ତି । ଏହି ପ୍ରସଙ୍ଗ ଯୋଗୁଁ ପ୍ରଥମ ଦୁଇଦିନ ଗୃହରେ ଖୁବ୍ ହଟ୍ଟଗୋଳ ଦେଖିବାକୁ ମିଳିଥିଲା ।

ଗତକାଲି ବିଧାନସଭାରେ ମୁଖ୍ୟମନ୍ତ୍ରୀଙ୍କ ବିବୃତି ପରେ ବି ଗୃହରେ ହଟ୍ଟଗୋଳ କରିଥିଲେ ବିରୋଧୀ ଦଳର ସଦସ୍ୟ । ଗୃହକାର୍ଯ୍ୟ ଆରମ୍ଭ ହେବା ମାତ୍ରକେ କଂଗ୍ରେସ ଓ ବିଜେପି ବିଧାୟକମାନେ ଗୃହ ମଧ୍ୟଭାଗକୁ ମାଡ଼ି ଆସିଥିଲେ । ନବ ଦାସ ହତ୍ୟାର ସିବିଆଇ ତଦନ୍ତ ଦାବି କରିଥିଲେ । କଂଗ୍ରେସ କ୍ରାଇମବ୍ରାଂଚ ତଦନ୍ତ ପ୍ରକ୍ରିୟାକୁ ସମାଲୋଚନା କରିବା ସହ ଏସଆଇଟି ତଦନ୍ତ ଦାବି କରି ନାରାବାଜି କରିଥିଲେ । ସେପଟେ ଶାସକ ଦଳ କେନ୍ଦ୍ର ଅବହେଳା ବ୍ୟାନର ଦେଖାଇ କେନ୍ଦ୍ର ବିରୋଧରେ ବର୍ଷିଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ