Masthead

ଗୃହ ସ୍ୱାଭାବିକ ଚାଲିବ ତ?

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଧାନସଭା ବଜେଟ ଅଧିବେଶନ । ଦୁଇ ଦିନ ଧରି ଜାରି ରହିଛି ଅଚଳାବସ୍ଥା । ବିରୋଧୀ ଦଳର ହଟ୍ଟଗୋଳ ପାଇଁ ଅଚଳ ରହିଛି ଗୃହ । ଆଜି ତୃତୀୟ ଦିନରେ ବି ବିରୋଧୀଙ୍କ ହୋହଲ୍ଲା ହେବା ନେଇ ଆଶଙ୍କା ରହିଛି । ମନ୍ତ୍ରୀ ନବ ଦାସ ହତ୍ୟାକାଣ୍ଡକୁ ନେଇ ବିରୋଧୀ ବିଧାନସଭା ଚଳାଇ ଦେଉନାହାନ୍ତି । ରାଜ୍ୟର ଜଣେ କ୍ୟାବିନେଟ୍ ମନ୍ତ୍ରୀଙ୍କୁ ହତ୍ୟା କରାଯିବା ଘଟଣାକୁ ଉଭୟ ବିଜେପି ଓ କଂଗ୍ରେସ ମୁଖ୍ୟ ପ୍ରସଙ୍ଗ କରିଛନ୍ତି । ଏହି ପ୍ରସଙ୍ଗ ଯୋଗୁଁ ପ୍ରଥମ ଦୁଇଦିନ ଗୃହରେ ଖୁବ୍ ହଟ୍ଟଗୋଳ ଦେଖିବାକୁ ମିଳିଥିଲା ।

ଗତକାଲି ବିଧାନସଭାରେ ମୁଖ୍ୟମନ୍ତ୍ରୀଙ୍କ ବିବୃତି ପରେ ବି ଗୃହରେ ହଟ୍ଟଗୋଳ କରିଥିଲେ ବିରୋଧୀ ଦଳର ସଦସ୍ୟ । ଗୃହକାର୍ଯ୍ୟ ଆରମ୍ଭ ହେବା ମାତ୍ରକେ କଂଗ୍ରେସ ଓ ବିଜେପି ବିଧାୟକମାନେ ଗୃହ ମଧ୍ୟଭାଗକୁ ମାଡ଼ି ଆସିଥିଲେ । ନବ ଦାସ ହତ୍ୟାର ସିବିଆଇ ତଦନ୍ତ ଦାବି କରିଥିଲେ । କଂଗ୍ରେସ କ୍ରାଇମବ୍ରାଂଚ ତଦନ୍ତ ପ୍ରକ୍ରିୟାକୁ ସମାଲୋଚନା କରିବା ସହ ଏସଆଇଟି ତଦନ୍ତ ଦାବି କରି ନାରାବାଜି କରିଥିଲେ । ସେପଟେ ଶାସକ ଦଳ କେନ୍ଦ୍ର ଅବହେଳା ବ୍ୟାନର ଦେଖାଇ କେନ୍ଦ୍ର ବିରୋଧରେ ବର୍ଷିଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ