ଟିକା ନୀତି ବଦଳାଇବେ କି କେନ୍ଦ୍ର ସରକାର?

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): କେନ୍ଦ୍ର ସରକାରଙ୍କ ଟିକା ନୀତିକୁ ନେଇ ଏବେ ସବୁଆଡ଼େ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି । ବିରୋଧୀ ଦଳ ଗୁଡ଼ିକ ବିରୋଧ କରିବା ସହ ଏବେ ସୁପ୍ରିମକୋର୍ଟ ମଧ୍ୟ ସରକାରଙ୍କୁ ୨ ଦୁଇ ସପ୍ତାହ ମଧ୍ୟରେ ଜବାବ ମାଗିଛନ୍ତି । ତେବେ ଏହାରି ମଧ୍ୟରେ ଟିକା ନୀତିକୁ କେନ୍ଦ୍ରସରକାର ପରିବର୍ତ୍ତନ କରିପାରନ୍ତି । ଟିକା ଯୋଗାଣରେ ସୁଧାର ଆସିଲେ ଜୁଲାଇ କିମ୍ବା ଅଗଷ୍ଟରେ ସରକାର ନୀତି ବଦଳାଇ ପାରନ୍ତି ବୋଲି ଚର୍ଚ୍ଚା ହେଉଛି । ପୁଣିଥରେ ପୂର୍ବ ନୀତିକୁ ଫେରିବାକୁ ମଧ୍ୟ ବିଚାର କରିପାରନ୍ତି ସରକାର । ଏନେଇ ଜଣେ ସରକାରୀ ଅଧିକାରୀ ସୂଚନା ଦେଇଛନ୍ତି ।

ପୂର୍ବରୁ ‌ରାଜ୍ୟଗୁଡ଼ିକ ପାଇଁ କେନ୍ଦ୍ର ସରକାର ଟିକା ସଂଗ୍ରହ କରୁଥିଲେ। ତେଣୁ ବର୍ତ୍ତମାନ ଉଭୟ ୪୫ ବର୍ଷରୁ ଅଧିକ ଏବଂ ୧୮ରୁ ୪୪ ବର୍ଷ ବର୍ଗର ବ୍ୟକ୍ତିଙ୍କ ପାଇଁ ଟିକା ସଂଗ୍ରହ କେନ୍ଦ୍ର କରିପାରନ୍ତି। ଏନେଇ କୌଣସି ନିଷ୍ପତ୍ତି ନିଆଯାଇ ନଥିଲେ ମଧ୍ୟ ଅମଲା ସ୍ତରରେ ଆଲୋଚନା ଆରମ୍ଭ ହୋଇଥିବା ଜଣାପଡ଼ିଛି । ତେବେ ୧୮ରୁ ୪୪ ବର୍ଷ ବର୍ଗର ବ୍ୟକ୍ତିଙ୍କ ପାଇଁ ରାଜ୍ୟଗୁଡ଼ିକୁ ଟିକା ଆବଣ୍ଟନ ନୀତି କେନ୍ଦ୍ର କରୁଛି। କିନ୍ତୁ ରାଜ୍ୟ ସରକାର ଏ ବାବଦ ଅର୍ଥ ପ୍ରଦାନ କରୁଛନ୍ତି। ଲୋକଙ୍କ ଠାରୁ ଅର୍ଥ ନେଇ ଟିକା ପ୍ରଦାନ କରୁଥିବା ଘରୋଇ ଡାକ୍ତରଖାନାଗୁଡ଼ିକ ପାଇଁ ଏକ ନିର୍ଦ୍ଦିଷ୍ଟ କୋଟା ଅବ୍ୟାହତ ରହିବ ବୋଲି ଆଶା କରାଯାଉଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଚୌଦ୍ୱାର ଜେଲ କଳି ବଢାଇଲା ଅଡ଼ୁଆ 🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 ଚୌଦ୍ୱାର ଜେଲ କଳି ବଢାଇଲା ଅଡ଼ୁଆ 🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’