Masthead

କଙ୍ଗନାଙ୍କ ବିପକ୍ଷରେ ନିର୍ବାଚନ ଲଢିପାରନ୍ତି ୟାମି ଗୌତମ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ବିଜେପି ୨୦୨୪ ଲୋକସଭା ନିର୍ବାଚନ ପାଇଁ ପଂଚମ ପର୍ଯ୍ୟନ୍ତ ପ୍ରାର୍ଥୀ ତାଲିକା ଘୋଷଣା କରିଛି । ୧୭ଟି ରାଜ୍ୟର ୧୧୧ଟି ଲୋକସଭା ଆସନ ଘୋଷଣା କରିଛି ଦଳ । ଏଥିରେ ବଲିଉଡ ଅଭିନେତ୍ରୀ କଙ୍ଗନା ରାଣାୱତଙ୍କୁ ହିମାଚଳ ପ୍ରଦେଶର ମଣ୍ଡି ଆସନରେ ଟିକେଟ ଦିଆଯାଇଛି । ତେବେ ହିମାଚଳପ୍ରଦେଶର ମଣ୍ଡି ସଂସଦୀୟ ନିର୍ବାଚନମଣ୍ଡଳୀରୁ ମଇଦାନକୁ ଓହ୍ଲାଇଛନ୍ତି ବଲିଉଡ ଅଭିନେତ୍ରୀ କଙ୍ଗନା ରାଣାୱତ । କିନ୍ତୁ କଙ୍ଗନାଙ୍କ ବିପକ୍ଷରେ କଂଗ୍ରେସ ଅଭିନେତ୍ରୀ ୟାମି ଗୌତମଙ୍କୁ ଟିକେଟ ଦେବା ନେଇ ଚର୍ଚ୍ଚା ମଧ୍ୟ ହେଉଛି।

ବର୍ତ୍ତମାନ ହିମାଚଳ କଂଗ୍ରେସ ଏହି ଆଲୋଚନାକୁ ଗୁଜବ ବୋଲି କହିଛି। ହେଲେ ହିମାଚଳ କଂଗ୍ରେସର ବିଶ୍ୱସ୍ତ ସୂତ୍ରରୁ ପ୍ରକାଶ ଯେ ବର୍ତ୍ତମାନ ପର୍ଯ୍ୟନ୍ତ ୟାମି ଗୌତମଙ୍କ ସହ କୌଣସି ଆଲୋଚନା ହୋଇନାହିଁ। ମଣ୍ଡି ସଂସଦୀୟ ନିର୍ବାଚନମଣ୍ଡଳୀରୁ ପ୍ରତୀଭା ସିଂ ଦୃଢ ଚେହେରା ଏବଂ ଦଳ ଚାହୁଁଛି ଯେ ସେ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରନ୍ତୁ। ହିମାଚଳ କଂଗ୍ରେସ ସୂତ୍ରରୁ ପ୍ରକାଶ, ବୁଧବାର ଚଣ୍ଡିଗଡ଼ରେ ଅନୁଷ୍ଠିତ ହେବାକୁ ଥିବା ଦଳ ସମନ୍ବୟ କମିଟି ବୈଠକରେ ପ୍ରତିଭା ସିଂଙ୍କୁ ମଧ୍ୟ ପ୍ରତିଦ୍ୱନ୍ଦ୍ୱିତା କରିବାକୁ କୁହାଯିବ। ପ୍ରତିଭା ସିଂ ହିମାଚଳ ପ୍ରଦେଶ କଂଗ୍ରେସର ସଭାପତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା