Masthead

ପୁଣି ଫେରିଲା ଶୀତ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାଜ୍ୟକୁ ପୁଣି ଫେରିଛି ଶୀତ । ଗତ ୨ ଦିନ ଧରି ରାଜ୍ୟରେ ଅସହ୍ୟ ଥଣ୍ଡା ଅନୁଭୁତ ହେଉଛି । ସଂଧ୍ୟା ହେଲେ ଶୀତର ମାତ୍ର କମୁଥିବାରୁ ବାହାରକୁ ବାହାରିବା କଷ୍ଟକର ହୋଇଛି । ସେପଟେ ଆସନ୍ତା ୨୪ ଘଣ୍ଟା ପାଇଁ ୭ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଓ ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୁରଭଞ୍ଜ, ଦେବଗଡ଼, ବଲାଙ୍ଗିର ଓ କନ୍ଧମାଳ ଆଦି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣି ଜାରି କରାଯାଇଥିବା ବେଳେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ବରଗଡ଼, ସମ୍ବଲପୁର, ଅନୁୁଗୁଳ, ଢେଙ୍କାନାଳ, ସୋନପୁର, ବୌଦ୍ଧ, କଳାହାଣ୍ଡି, ନୂଆପଡ଼ା, ନୟାଗଡ଼ ଓ ଖୋର୍ଦ୍ଧା ଆଦି ୧୬ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ଜିଲ୍ଲା ଗୁଡ଼ିକରେ ସର୍ବନିମ୍ନ ତାପମାତ୍ରା କମ୍ ରହିଥିବାରୁ ସତର୍କ ରହିବାକୁ ସ୍ୱତନ୍ତ୍ର ରିଲିଫ କମିଶନର ଜିଲ୍ଲପାଳମାନଙ୍କୁ ଚିଠି ଲେଖିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ