Masthead

ଆଜିଠୁ ପୁଣି ବଢିପାରେ ଶୀତ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ରାଜ୍ୟରେ ଜାରି ରହିବ ଶୀତ ଲହରି । ଅନେକ ସ୍ଥାନରେ ରାତି ତାପମାତ୍ରା କମିକମି ଯାଉଛି । ସାରା ରାଜ୍ୟରେ ଶୀତ ପ୍ରବାହ ଜାରି ରହିଛି। ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାତିର ସର୍ବନିମ୍ନ ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବ ନାହିଁ। ଏହାପରେ ସର୍ବନିମ୍ନ ତାପମାତ୍ରା ବଢ଼ିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଗତ ୨୪ ଘଣ୍ଟା ଭିତରେ ଢେଙ୍କାନାଳ, ଫୁଲବାଣୀ, ରାଉରକେଲାରେ ଘନ କୁହୁଡ଼ି କାରଣରୁ ଜନଜୀବନ ପ୍ରଭାବିତ ହୋଇଥିଲା।

ଆଗାମୀ ୫ ଦିନ ପର୍ଯ୍ୟନ୍ତ ଏଭଳି କୁହୁଡ଼ି ପରିସ୍ଥିତି ଜାରି ରହିବ ବୋଲି ପାଣିପାଗ କେନ୍ଦ୍ର ଆକଳନ କରିଛି। ଆସନ୍ତା ୨୮ ଓ ୨୯ ତାରିଖରେ ସୁନ୍ଦରଗଡ଼, ଢେଙ୍କାନାଳ, ନୟାଗଡ଼, କନ୍ଧମାଳ ଓ କୋରାପୁଟ ଜିଲ୍ଲାର ବିଭିନ୍ନ ସ୍ଥାନରେ ଘନ କୁହୁଡ଼ି ଦେଖାଦେବ। ପାଣିପାଗ କେନ୍ଦ୍ର ପକ୍ଷରୁ ଏ ସମସ୍ତ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି ଉପକୂଳ, ଦକ୍ଷିଣ ଓଡ଼ିଶା ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ମଧ୍ୟ କୁହୁଡ଼ି ଜନଜୀବନକୁ ପ୍ରଭାବିତ କରିବ। ଏପଟେ ଘୂ- ଉଦୟଗିରି‌ରେ ରାଜ୍ୟର ସର୍ବନିମ୍ନ ତାପମାତ୍ରା ୪.୪ଡିଗ୍ରି ରେକର୍ଡ ହୋଇଛି। ଗତକାଲି ସର୍ବନିମ୍ନ ପାରଦ ୭.୮ ଡିଗ୍ରି ଥିଲା। ଗୋଟିଏ ଦିନରେ ୩.୪ ଡିଗ୍ରି ପାରଦ ଖସିଛି। ଦୁର୍ଗମ ଅଞ୍ଚଳରେ ପାରଦ ଆହୁରି ଏକରୁ ଦୁଇ ଡିଗ୍ରି କମ୍‌ ରହିଥିବା ଆକଳନ କରାଯାଇଛି।

ସେହିଭଳି ଦାରିଙ୍ଗବାଡ଼ି ତାପମାତ୍ରା ୬ ଡିଗ୍ରିକୁ ହ୍ରାସ ପାଇଥିବା ବେଳେ କୋରାପୁଟରେ ୬.୬, ସେମିଳିଗୁଡ଼ାରେ ୬.୭, ରାଉରକେଲାରେ ୭, ଝାରସୁଗୁଡ଼ାରେ ୭.୪, ନବରଙ୍ଗପୁରରେ ୯, କେନ୍ଦୁଝରରେ ୯.୧, ସୁନ୍ଦରଗଡ଼ରେ ୯.୪, ବଲାଙ୍ଗୀରରେ ୯.୫ ଡିଗ୍ରି ‌ରେକର୍ଡ କରାଯାଇଛି। ପାଣିପାଗ ବିଶେଷଜ୍ଞ ସୁରେନ୍ଦ୍ରନାଥ ପଶୁପାଳକ କହିଛନ୍ତି, ଆସନ୍ତା ୪ ଦିନ ପର୍ଯ୍ୟନ୍ତ ଉପକୂଳ ସମେତ ଦକ୍ଷିଣ ଆଭ୍ୟନ୍ତରରେ ସର୍ବନିମ୍ନ ତାପମାତ୍ରା କମିବ। ୩୧ ତାରିଖରୁ ପାଗରେ ପରିବର୍ତ୍ତନ ଆସିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦିଲ୍ଲୀରେ ଦୁଇମୁଖୀ ପ୍ରତିବାଦ, ସିଜେପି ସହ କୃଷକଙ୍କ ଆନ୍ଦୋଳନ 🔴 ସୁନା ବେଶରେ ଦର୍ଶନ ଦେଉଛନ୍ତି ମା’ 🔴 ରୁଷ୍‌ର ମିସାଇଲ ମାଡ, ୪ଭାରତୀୟ ମୃତ 🔴 ଓଏସଆରଟିସି ଜଗନ୍ନାଥ ଏକ୍ସପ୍ରେସ ଦୁର୍ଘଟଣାଗ୍ରସ୍ତ 🔴 ଆଜି ଶରଧାବାଲିରେ ତିନି ରଥଙ୍କ ଦକ୍ଷିଣ ମୋଡ଼ 🔴 ମଝି ନଦୀରୁ ଟାୱାର ଉପରୁ ଉଦ୍ଧାର ହେଲେ ଯୁବକ 🔴 ବାଦଲ ଫଟା ବର୍ଷା, ଗଲାଣି ୪୩ରୁ ଅଧିକ ଲୋକଙ୍କ ଜୀବନ 🔴 ଜଗତ ଦେଖିବ ଜଗାର କଳି 🔴 ୬ ଜିଲ୍ଲାରେ ପ୍ରବଳ ବର୍ଷା ଆଲର୍ଟ 🔴 ଭୟାବହ ବନ୍ୟାରେ ଥରହର ଜମ୍ମୁ-କାଶ୍ମୀର, ୧୧ ମୃତ 🔴 ଦିଲ୍ଲୀରେ ଦୁଇମୁଖୀ ପ୍ରତିବାଦ, ସିଜେପି ସହ କୃଷକଙ୍କ ଆନ୍ଦୋଳନ 🔴 ସୁନା ବେଶରେ ଦର୍ଶନ ଦେଉଛନ୍ତି ମା’ 🔴 ରୁଷ୍‌ର ମିସାଇଲ ମାଡ, ୪ଭାରତୀୟ ମୃତ 🔴 ଓଏସଆରଟିସି ଜଗନ୍ନାଥ ଏକ୍ସପ୍ରେସ ଦୁର୍ଘଟଣାଗ୍ରସ୍ତ 🔴 ଆଜି ଶରଧାବାଲିରେ ତିନି ରଥଙ୍କ ଦକ୍ଷିଣ ମୋଡ଼ 🔴 ମଝି ନଦୀରୁ ଟାୱାର ଉପରୁ ଉଦ୍ଧାର ହେଲେ ଯୁବକ 🔴 ବାଦଲ ଫଟା ବର୍ଷା, ଗଲାଣି ୪୩ରୁ ଅଧିକ ଲୋକଙ୍କ ଜୀବନ 🔴 ଜଗତ ଦେଖିବ ଜଗାର କଳି 🔴 ୬ ଜିଲ୍ଲାରେ ପ୍ରବଳ ବର୍ଷା ଆଲର୍ଟ 🔴 ଭୟାବହ ବନ୍ୟାରେ ଥରହର ଜମ୍ମୁ-କାଶ୍ମୀର, ୧୧ ମୃତ