Masthead

ସରିଲା ବିଧାନସଭା ଶୀତକାଳୀନ ଅଧିବେଶନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ସରିଲା ବିଧାନସଭା ଶୀତକାଳୀନ ଅଧିବେଶନ । ନିର୍ଦ୍ଧାରିତ ସମୟ ପୂର୍ବରୁ ଶେଷ ହେଲା ଅଧିବେଶନ । ।ମୋଟ ୨୯ଟି କାର୍ଯ୍ୟ ଦିବସରୁ ୧୧ ଦିନ ଚାଲିଲା । ୧୭ ହଜାର ୪୪୦ କୋଟି ଟଙ୍କାର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ ପାରିତ । ଶୀତକାଳୀନ ଅଧିବେଶନ ଅନିର୍ଦ୍ଧିଷ୍ଟ କାଳ ଯାଏଁ ଗୃହ କାର୍ୟ୍ୟକୁ ମୁଲତବୀ ଘୋଷଣା କଲେ ବାଚସ୍ପତି ସୁରମା ପାଢ଼ୀ। ଗୃହ କାର୍ଯ୍ୟର ପ୍ରଥମ ଦିନରେ ପ୍ରଥମ ଥର ପାଇଁ ଓଡ଼ିଶା ବିଧାନସଭାରେ ରାଷ୍ଟ୍ରପତି ଅଭିଭାଷଣ ରଖିଥିଲେ । ୨୦୨୫-୨୬ ଆର୍ଥିକ ବର୍ଷର ଅତିରିକ୍ତ ବଜେଟ୍ ଆଣିଛନ୍ତି ସରକାର । ୭ଟି ସରକାରୀ ବିଲର ବିଚାର ଓ ପାରିତ ହୋଇଛି । ୧୮ଟି କାର୍ୟ୍ୟ ଦିବସ ପୂର୍ବରୁ ଶେଷ ହୋଇଛି ବିଧାନସଭା। ଡିସେମ୍ବର ୩୧ ଯାଏଁ ଗୃହ କାର୍ୟ୍ୟ ଚାଲିବାକୁ ଧାର୍ଯ୍ୟ କରାଯାଇଥିଲା । ଖାସ୍‌ କରି ବିଧାନସଭାର ଶେଷ ଦିନରେ ମାଲକାନଗିରିକୁ ନେଇ କମ୍ପିଥିଲା ଗୃହ । ଶୂନ୍ୟକାଳରେ ମାଲକାନଗିରି ନିଆଁ ପ୍ରସଙ୍ଗ ଉଠାଇ ସରକାରଙ୍କୁ ଘେରିଥିଲେ ବିରୋଧୀ ।

ଗୃହରେ ମାଲକାନାଗିରି ହିଂସା ପ୍ରସଙ୍ଗ ଉଠାଇ ସରକାର ଉପରେ ବର୍ଷିଥିଲେ ବିଜେଡି ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ୱାଇଁ । କହିଥିଲେ, ଏବେ ମାଲକାନଗିରି ଜଳୁଛି, ଆଗକୁ ଆଉ ଏକ କନ୍ଧମାଳ ହେବାକୁ ଯାଉଛି । ଅନକେ ଘର ପୋଡ଼ି ଦିଆଗଲାଣି, ଜୀବନ ଗଲାଣି । ହେଲେ ଆମେ ଏଠି ବସି କାର୍ଯ୍ୟକ୍ରମ କରୁଛେ  । ଲୋକ କଣ କହିବେ ବୋଲି ପ୍ରଶ୍ନ କରିଛନ୍ତି ରାଜା ସ୍ୱାଇଁ । ରାଜ୍ୟର ଗୋଟିଏ ଅଂଶ  ଜଳୁଥିବା ବେଳେ ଆମେ ଏଠି ନିୟମ ତିଆରି କରୁଛେ ଏହା କେତେ ଠିକ୍ ବୋଲି ପ୍ରଶ୍ନ ଉଠାଇଥିଲେ ରାଜା । ମୁଖ୍ୟମନ୍ତ୍ରୀ ଗୃହକୁ ଆସୁ ନାହାନ୍ତି କି ଏହି ପ୍ରସଙ୍ଗରେ ମୁହଁ ଖୋଲୁନାହାନ୍ତି ।  ଯେମିତି ମଣିପୁର ଜଳୁଥିଲା, ସେମିତି ଏବେ ମାଲକାନଗିରି ଜଳୁଛି । ବେଙ୍ଗଲି କହୁଥିବା ଲୋକ ସମସ୍ତେ ବାଂଲାଦେଶୀ ନୁହନ୍ତି । କିନ୍ତୁ ରାଜ୍ୟରେ ସେଭଳି ବାତାବରଣ ତିଆରି କରାଯାଉଛି ବୋଲି ସରକାରଙ୍କୁ ଦୋଷ ଦେଇଛନ୍ତି ରାଜା ସ୍ୱାଇଁ । ଏଥିସହ ମୁଖ୍ୟମନ୍ତ୍ରୀ ଗୃହରେ ବିବୃତ୍ତି ଦେବାକୁ ବାଚସ୍ପତି ନିର୍ଦ୍ଦେଶ ଦିଅନ୍ତୁ ଏବଂ ତୁରନ୍ତ ହାଉସ କମିଟି ଗଠନ କରି ମାଲକାନଗିରି ପଠାଯାଉ ବୋଲି ଦାବି କରିଛନ୍ତି ବିଜେଡି ବିଧାୟକ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି