Masthead

୩୦ରୁ ବଢିବ ତାପମାତ୍ରା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଗତ କିଛିଦିନ ହେଲା ଶୀତର ଲହରି ଜାରି ରହିଥିବାବେଳେ ସୁନ୍ଦରଗଡ଼ ଓ କନ୍ଧମାଳ ଆଦି ଜିଲାରେ ଗଭୀର କୁହୁଡ଼ି ଦେଖିବାକୁ ମିଳୁଛି। ସେହିପରି କଳାହାଣ୍ଡି ସମେତ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ହାଲୁକାରୁ ମଧ୍ୟମଧରଣ କୁହୁଡ଼ିର ଆସ୍ତରଣ ରହୁଛି। ତେବେ ନଭେମ୍ବର ୩୦ରୁ ଡିସେମ୍ବର ପହିଲା ମଧ୍ୟରେ ତାପମାତ୍ରା ୨ରୁ ୩ ଡିଗ୍ରୀ ସେଲସିୟସ୍‌ ବଢ଼ିପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ସେପଟେ ସୁବର୍ଣ୍ଣପୁର ଜିଲ୍ଲାରେ ଗତ କିଛି ଦିନ ହେବ ଘନ କୁହୁଡି ସକାଳ ୯ଟା ପର୍ଯ୍ୟନ୍ତ ପଡୁ ଥିବାରୁ ଯାନବାହାନ ଚଳାଚଳରେ ବାଧା ସୃଷ୍ଟି ହେଉଛି । ସେଥିପାଇଁ ଲାଇଟ ଲଗାଇ ଲୋକେ ଯାତାୟତ କରୁଛନ୍ତି । ସନ୍ଧ୍ୟା ୫ଟାରୁ ସକାଳ ୯ଟା ପର୍ଯ୍ୟନ୍ତ ଶୀତ ଲହରୀ ଜାରି ରହୁଛି । ଘନ କୁହୁଡିର ଆସ୍ତରଣରେ ଦିନ ୯ ଟା ପର୍ୟ୍ୟନ୍ତ ଢାଙ୍କି ରହୁଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ