Masthead

ଶୀତରୁ ନିସ୍ତାର ନାହିଁ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆସନ୍ତା ଦୁଇ ସପ୍ତାହ ଯାଏ ରାଜ୍ୟରେ ଶୀତ ଲହରି ବହିପାରେ । ୧୨ରୁ ୧୮ ତାରିଖ ଯାଏ ରାଜ୍ୟରେ ଶୀତ ଲହରିର ସମ୍ଭାବନା ଅଧିକ । ସେହିଭଳି ୧୯ରୁ ୨୫ ତାରିଖ ଯାଏ ରାତି ତାପମାତ୍ରା ସ୍ୱାଭାବିକଠାରୁ କମ୍ ରହିବା ସହ ଶୀତ ଲହରି ବି ବହିପାରେ । ଆଗକୁ ରାଜ୍ୟରେ ହାଡ଼ଭଙ୍ଗା ଜାଡ଼ ଜାରି ରହିବ ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି)  ଏହି ପୂର୍ବାନୁମାନ କରିଛି । ଶୁକ୍ରବାର ଓ ଶନିବାର (୧୨ ଓ ୧୩ ତାରିଖ)ରେ ରାଜ୍ୟର ବିକ୍ଷିପ୍ତସ୍ଥାନରେ ଶୀତ ଲହରି ବହିପାରେ ବୋଲି ଆଇଏମ୍‌ଡି କହିଛି । ଘନ କୁହୁଡ଼ି ମଧ୍ୟ ଦୃଶ୍ୟମାନ ହୋଇପାରେ ।

ଶୁକ୍ରବାର ସୁନ୍ଦରଗଡ଼, ଝାରସୁଗୁଡ଼ା ଓ ଅନୁଗୁଳରେ ଶୀତ ଲହରି ବହିବ । ଏ ବର୍ଷ ପ୍ରଥମଥର ପାଇଁ ଶୀତ ୩ ଡିଗ୍ରୀ ଛୁଇଁଛି । ସେମିଳିଗୁଡ଼ାରେ ରାତି ତାପମାତ୍ରା ସବୁଠୁ କମ୍ ବା ୩.୫ ଡିଗ୍ରୀ ରେକର୍ଡ ହୋଇଛି ।  ଜି. ଉଦୟଗିରିରେ ପାରଦ ୪ ଡିଗ୍ରୀ ରେକର୍ଡ ହୋଇଛି । ୧୬ଟି ସ୍ଥାନରେ ପାରଦ ୧୦ ଡିଗ୍ରୀ ତଳକୁ ଖସିଛି । ଫୁଲବାଣୀରେ ୫.୨ ଡିଗ୍ରୀ, ଚିପିଲିମାରେ ୬.୧, ରାଉରକେଲାରେ ୬.୬, ଝାରସୁଗୁଡ଼ାରେ ୬.୮, ଦାରିଙ୍ଗବାଡ଼ିରେ ୭, ଭବାନୀପାଟଣା ଓ ଅନୁଗୁଳରେ ୮, କିରେଇରେ ୮.୧, ନବରଙ୍ଗପୁରରେ ୮.୬, କୋରାପୁଟ ଓ ବଲାଙ୍ଗିରରେ ୯.୩, କେନ୍ଦୁଝର ଓ ସୁନ୍ଦରଗଡ଼ରେ ୯.୬ ଓ ସୋନପୁରରେ ୧୦ ଡିଗ୍ରୀ ରେକର୍ଡ ହୋଇଛି । ଟ୍ୱିନ୍ ସିଟି କଟକରେ ୧୧.୬ ଡିଗ୍ରୀ ଓ ଭୁବନେଶ୍ୱରରେ ୧୧.୮ ଡିଗ୍ରୀ ରହିଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା