Masthead

ଦୁଇ ସପ୍ତାହ କଲବଲ କରିବ ଜାଡ଼

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ରାଜ୍ୟରେ ଜାରି ରହିଛି ଶୀତ ପ୍ରବାହ । ଆସନ୍ତା ସପ୍ତାହକ ପର୍ଯ୍ୟନ୍ତ ସର୍ବନିମ୍ନ ତାପମାତ୍ରାରେ ସେଭଳି ପରିବର୍ତ୍ତନ ହେବ ନାହିଁ । ଗୋଟିଏ ଦୁଇଟି ସହରର ତାପମାତ୍ରା ଏପାଖ ସେପାଖ ହୋଇପାରେ ।‌ ସୁନ୍ଦରଗଡ଼, କନ୍ଧମାଳ, କଳାହାଣ୍ଡି ଓ କୋରାପୁଟ ଜିଲ୍ଲାର କେତେକ ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର କୁହୁଡ଼ି ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ କନ୍ଧମାଳ ଜିଲ୍ଲା ଜି.ଉଦୟଗିରିରେ ରାଜ୍ୟର ସର୍ବନିମ୍ନ ତାପମାତ୍ରା ୩.୧ ଡିଗ୍ରି ରେକର୍ଡ ହୋଇଛି । ରାଜ୍ୟରେ ଗତ ୯/୧୦ ଦିନ ହେବ ଶୀତ ପ୍ରକୋପ ଲାଗି ରହିଛି । ଏଭଳି ଲଗାତାର ଶୀତ ପ୍ରକୋପ ବିଗତ ବର୍ଷମାନଙ୍କରେ କେବେ ଅନୁଭୂତ ହୋଇନଥିଲା । ଯଦିଓ ଆଜି ତାପମାତ୍ରା ସାମାନ୍ୟ ବଢ଼ିଛି, ତଥାପି ଶୀତରୁ ବଡ଼ ଆଶ୍ୱସ୍ତି ମିଳିନି ।

ଜି.ଉଦୟଗିରିର ସର୍ବନିମ୍ନ ତାପମାତ୍ରା ୪.୨ ଡିଗ୍ରୀ ସେଲସିୟସ୍, ଫୁଲବାଣୀ ୬, ଦାରିଙ୍ଗିବାଡ଼ି ୬, ସେମିଳିଗୁଡ଼ା ୬.୧, କୋରାପୁଟ ୭, ରାଉରକେଲା ୮.୨, ଚିପିଲିକା ୮.୬, ଝାରସୁଗୁଡ଼ା ୮.୯, କିରେଇ ୯.୮, ବୌଦ୍ଧ ୯.୮, ଭବାନୀପାଟଣା ୯, ଅନୁଗୁଳ ୯.୬, ନବରଙ୍ଗପୁର ୧୦, କେନ୍ଦୁଝର ୧୦.୬, ବଲାଙ୍ଗୀର ୧୦.୮, ରାୟଗଡ଼ା ୧୧, ସୋନପୁର ୧୧, ଢେଙ୍କାନାଳ ୧୧.୩, ସୁନ୍ଦରଗଡ଼ ୧୦.୬, ସମ୍ବଲପୁର ୧୧.୮ ଓ ନୂଆପଡ଼ା ୧୨ ଡିଗ୍ରୀ ଥିଲା । ଉପକୂଳ ଓଡ଼ିଶାର ଭୁବନେଶ୍ୱର ୧୩.୨ ଓ କଟକ ୧୩, ଜଗତସିଂହପୁର ୧୨.୬, କେନ୍ଦ୍ରାପଡ଼ା ୧୨.୬ ଡିଗ୍ରୀ ଥିଲା ।ଅନ୍ୟୂନ ଆଉ କିଛି ଦିନ ଶୀତରୁ ନିସ୍ତାର ମିଳିବନି। ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପୂର୍ବାନୁଯାୟୀ ଜିଲ୍ଲାରେ ଜାଡ଼ ଅବ୍ୟାହତ ରହିଛି। ଆଇଏମ୍‌ଡି ପକ୍ଷରୁ ଆଗାମୀ ୫ ଦିନ ପାଇଁ ଯେଉଁ ପୂର୍ବାନୁମାନ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆସୁଛନ୍ତି ମହାମହିମ, ପୁରୀରେ ସୁରକ୍ଷା ବ୍ୟବସ୍ଥା କଡାକଡି 🔴 ଜଳୁଛି ଚକ୍ଷୁ ଚିକିତ୍ସାଳୟ 🔴 କୁହୁଡ଼ି ପାଇଁ ୬ ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ 🔴 ବଡ଼ଧରଣର ବିମାନ ଦୁର୍ଘଟଣା, ସାଂସଦଙ୍କ ସମେତ ୧୫ ଜଣଙ୍କର ମୃତ୍ୟୁ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆସୁଛନ୍ତି ମହାମହିମ, ପୁରୀରେ ସୁରକ୍ଷା ବ୍ୟବସ୍ଥା କଡାକଡି 🔴 ଜଳୁଛି ଚକ୍ଷୁ ଚିକିତ୍ସାଳୟ 🔴 କୁହୁଡ଼ି ପାଇଁ ୬ ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ 🔴 ବଡ଼ଧରଣର ବିମାନ ଦୁର୍ଘଟଣା, ସାଂସଦଙ୍କ ସମେତ ୧୫ ଜଣଙ୍କର ମୃତ୍ୟୁ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର