Masthead

ଦୁଇ ସପ୍ତାହ କଲବଲ କରିବ ଜାଡ଼

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ରାଜ୍ୟରେ ଜାରି ରହିଛି ଶୀତ ପ୍ରବାହ । ଆସନ୍ତା ସପ୍ତାହକ ପର୍ଯ୍ୟନ୍ତ ସର୍ବନିମ୍ନ ତାପମାତ୍ରାରେ ସେଭଳି ପରିବର୍ତ୍ତନ ହେବ ନାହିଁ । ଗୋଟିଏ ଦୁଇଟି ସହରର ତାପମାତ୍ରା ଏପାଖ ସେପାଖ ହୋଇପାରେ ।‌ ସୁନ୍ଦରଗଡ଼, କନ୍ଧମାଳ, କଳାହାଣ୍ଡି ଓ କୋରାପୁଟ ଜିଲ୍ଲାର କେତେକ ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର କୁହୁଡ଼ି ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ କନ୍ଧମାଳ ଜିଲ୍ଲା ଜି.ଉଦୟଗିରିରେ ରାଜ୍ୟର ସର୍ବନିମ୍ନ ତାପମାତ୍ରା ୩.୧ ଡିଗ୍ରି ରେକର୍ଡ ହୋଇଛି । ରାଜ୍ୟରେ ଗତ ୯/୧୦ ଦିନ ହେବ ଶୀତ ପ୍ରକୋପ ଲାଗି ରହିଛି । ଏଭଳି ଲଗାତାର ଶୀତ ପ୍ରକୋପ ବିଗତ ବର୍ଷମାନଙ୍କରେ କେବେ ଅନୁଭୂତ ହୋଇନଥିଲା । ଯଦିଓ ଆଜି ତାପମାତ୍ରା ସାମାନ୍ୟ ବଢ଼ିଛି, ତଥାପି ଶୀତରୁ ବଡ଼ ଆଶ୍ୱସ୍ତି ମିଳିନି ।

ଜି.ଉଦୟଗିରିର ସର୍ବନିମ୍ନ ତାପମାତ୍ରା ୪.୨ ଡିଗ୍ରୀ ସେଲସିୟସ୍, ଫୁଲବାଣୀ ୬, ଦାରିଙ୍ଗିବାଡ଼ି ୬, ସେମିଳିଗୁଡ଼ା ୬.୧, କୋରାପୁଟ ୭, ରାଉରକେଲା ୮.୨, ଚିପିଲିକା ୮.୬, ଝାରସୁଗୁଡ଼ା ୮.୯, କିରେଇ ୯.୮, ବୌଦ୍ଧ ୯.୮, ଭବାନୀପାଟଣା ୯, ଅନୁଗୁଳ ୯.୬, ନବରଙ୍ଗପୁର ୧୦, କେନ୍ଦୁଝର ୧୦.୬, ବଲାଙ୍ଗୀର ୧୦.୮, ରାୟଗଡ଼ା ୧୧, ସୋନପୁର ୧୧, ଢେଙ୍କାନାଳ ୧୧.୩, ସୁନ୍ଦରଗଡ଼ ୧୦.୬, ସମ୍ବଲପୁର ୧୧.୮ ଓ ନୂଆପଡ଼ା ୧୨ ଡିଗ୍ରୀ ଥିଲା । ଉପକୂଳ ଓଡ଼ିଶାର ଭୁବନେଶ୍ୱର ୧୩.୨ ଓ କଟକ ୧୩, ଜଗତସିଂହପୁର ୧୨.୬, କେନ୍ଦ୍ରାପଡ଼ା ୧୨.୬ ଡିଗ୍ରୀ ଥିଲା ।ଅନ୍ୟୂନ ଆଉ କିଛି ଦିନ ଶୀତରୁ ନିସ୍ତାର ମିଳିବନି। ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପୂର୍ବାନୁଯାୟୀ ଜିଲ୍ଲାରେ ଜାଡ଼ ଅବ୍ୟାହତ ରହିଛି। ଆଇଏମ୍‌ଡି ପକ୍ଷରୁ ଆଗାମୀ ୫ ଦିନ ପାଇଁ ଯେଉଁ ପୂର୍ବାନୁମାନ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ନିଆଳିରେ ୨୭୫ ଅପମିଶ୍ରିତକାରୀଙ୍କ ନାଁରେ ଏତଲା’ 🔴 ସୋରୋରେ ବନ୍ୟା ସ୍ଥିତି 🔴 ଆସୁଛି ଆଉ ଏକ ଲଘୁଚାପ 🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି 🔴 ‘ନିଆଳିରେ ୨୭୫ ଅପମିଶ୍ରିତକାରୀଙ୍କ ନାଁରେ ଏତଲା’ 🔴 ସୋରୋରେ ବନ୍ୟା ସ୍ଥିତି 🔴 ଆସୁଛି ଆଉ ଏକ ଲଘୁଚାପ 🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି