Masthead

କୁହୁଡ଼ି ସହ ଜାଡ଼..ଜନଜୀବନ ଅସ୍ତବ୍ୟସ୍ତ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଶୀତରେ ଥରୁଛି ସାରା ରାଜ୍ୟ। ରାଜ୍ୟର ଅଧିକାଂଶ ଅଞ୍ଚଳରେ କୁହୁଡ଼ି ସହ ଭୀଷଣ ଜାଡ଼ ହେଉଛି । କୋହଲା ପବନ ସାଙ୍ଗକୁ ତାପମାତ୍ରାରେ ଅଚାନକ ହ୍ରାସ କାରଣରୁ ରାଜ୍ୟବାସୀ ଶୀତରେ ଥରୁଛନ୍ତି । ରାଜ୍ୟର ୧୦ରୁ ଅଧିକ ସହରର ତାପମାତ୍ରା ୧୦ଡିଗ୍ରୀ ତଳେ ରହିଛି । ଆଗାମୀ ୪ ରୁ ୫ଦିନ ଯାଏଁ ପାଗ ଶୁଖିଲା ପାଗ ସହ ରାତ୍ରିକାଳୀନ ସର୍ବନିମ୍ନ ତାପମାତ୍ରାରେ ମଧ୍ୟ ବିଶେଷ ପରିବର୍ତ୍ତନ ଆସିବ ନାହିଁ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।

କିଛି ଜିଲ୍ଲାରେ ଘନ କୁହୁଡ଼ିର ସମ୍ଭାବନା ରହିଛି । ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଅନୁସାରେ, ଗତକାଲି ରାଜ୍ୟର ୧୦ଟି ସ୍ଥାନରେ ସର୍ବନିମ୍ନ ତାପମାତ୍ରା ୧୦ ଡିଗ୍ରୀ ତଳେ ରେକର୍ଡ ହୋଇଛି। କନ୍ଧମାଳ ଜି ଉଦୟଗିରି ଏବଂ ସୁନ୍ଦରଗଡ଼ କିରେଇରେ ସର୍ବନିମ୍ନ ତାପମାତ୍ରା ୮ ଡିଗ୍ରୀ ରେକର୍ଡ ହୋଇଛି। କିଛି ସ୍ଥାନରେ ଘନ କୁହୁଡ଼ି ମଧ୍ୟ ଦେଖିବାକୁ ମିଳିଛି।

ଆଜି ମଧ୍ୟ କେନ୍ଦୁଝର, କଳାହାଣ୍ଡି, କୋରାପୁଟ, କନ୍ଧମାଳ, ବଲାଙ୍ଗିର, ସୁନ୍ଦରଗଡ଼, ଝାରସୁଗୁଡ଼ା, ଅନୁଗୁଳ ଏବଂ ଢେଙ୍କାନାଳ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର କୁହୁଡ଼ି ସମ୍ଭାବନା ରହିଛି। ସେପଟେ ଶୀତଲହରୀକୁ ନଜରରେ ରଖି କଟକର ଖୋଲିଲାଣି ଶୀତବସ୍ତ୍ର ବଜାର । ତିବ୍ଦତିଆନ୍ ରିଫ୍ୟୁଜି ଓ ରାଜସ୍ଥାନ ବ୍ୟବସାୟୀ ମାନେ କଟକ ହାଡ଼ିଆପଠାରେ ଶୀତବସ୍ତ୍ର ବଜାର ଖୋଲିଥିବା ବେଳେ , କିଣାକିଣି କରିବାକୁ ଜମୁଛି ଗ୍ରାହକଙ୍କ ଭିଡ଼ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ