Masthead

ଆହୁରି ଦୁଇ ସପ୍ତାହ କଲବଲ କରିବ ଶୀତ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆହୁରି ଦୁଇ ସପ୍ତାହ ପର୍ଯ୍ୟନ୍ତ ଶୀତ କମିବା ସମ୍ଭାବନା କମ୍ । ରାତି ତାପମାତ୍ରା ସ୍ୱାଭାବିକଠାରୁ କମ୍ ରହିବ । ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି ) ପକ୍ଷରୁ ଆଗାମୀ ଦୁଇ ସପ୍ତାହ ପାଇଁ ପୂର୍ବାନୁମାନ ଜାରି । ବଡ଼ଦିନ ଓ ଖ୍ରୀଷ୍ଟମାସ ପର୍ବ ସହ ନୂଆବର୍ଷରେ ବି ଶୀତରେ ଥରିବେ ରାଜ୍ୟବାସୀ । ସେମିଳିଗୁଡ଼ାରେ ବୁଧବାର ରାତିରେ ପାରଦ ଛୁଇଁଲା ୩.୯ ଡିଗ୍ରୀ । ଜି.ଉଦୟଗିରି ତାପମାତ୍ରା ଦିନକ ତଳେ ୬.୬ ଡିଗ୍ରୀ ଥିବାବେଳେ ଏହା ୫ ଡିଗ୍ରୀକୁ ଖସି ଆସିଛି ।

୧୦ଟି ସହରରେ ପାରଦ ୧୦ ଡିଗ୍ରୀ ତଳକୁ ଖସି ଆସିଥିବାବେଳେ ପ୍ରାୟତଃ ପାରଦ ୧୩ ଡିଗ୍ରୀ ଭିତରେ ଥିଲା । ଉପକୂଳ ଓଡ଼ିଶାରେ ପାରଦ ୧୨ରୁ ୧୪ ଡିଗ୍ରୀ ଭିତରେ ଥିଲା । ଭୁବନେଶ୍ୱର ୧୩.୯ ଓ କଟକ ୧୩.୪ ଡିଗ୍ରୀ ଥିଲା । ପାଗ ମୁଖ୍ୟତଃ ଶୁଖିଲା ରହିବା ସମ୍ଭାବନା ଥିବାବେଳେ ରାତି ତାପମାତ୍ରାରେ ଏବେ ବିଶେଷ ପରିବର୍ତ୍ତନ ହୋଇନପାରେ । ୨୦ ତାରିଖ ସକାଳ ପର୍ଯ୍ୟନ୍ତ ସୁନ୍ଦରଗଡ଼, ଝାରସୁଗୁଡ଼ା, କଳାହାଣ୍ଡି, କନ୍ଧମାଳ ଏବଂ ସମ୍ବଲପୁରରେ କୁହୁଡ଼ି ସମ୍ଭାବନା ରହିଛି । କନ୍ଧମାଳ ଓ ସମ୍ବଲପୁରର ସ୍ଥାନେ ସ୍ଥାନେ ଘନ କୁହୁଡ଼ି ହୋଇପାରେ । କଟକରେ ୨୧ ତାରିଖରୁ ରାତି ତାପମାତ୍ରା ୧୨ ଡିଗ୍ରୀ ରହିପାରେ । ୨୨ରୁ ଭୁବନେଶ୍ୱର ତାପମାତ୍ରା ୧୨ ଡିଗ୍ରୀ ସେଲସିୟସ ରହିବା ସମ୍ଭାବନା ଅଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଳବୈଶାଖୀ ନେଇ ୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ 🔴 ଯୁଦ୍ଧ ଶେଷ କରିବେ କି ଟ୍ରମ୍ପ? 🔴 କୁବେର ଡେପୁଟି ମ୍ୟାନେଜରଙ୍କ ୨୯ ପ୍ଲଟ୍‌ 🔴 ୨୫ ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ସହ ବର୍ଷା ପବନ ସତର୍କତା 🔴 ଖୁବଶୀଘ୍ର ଇରାନ ଛାଡ଼ିବ ଆମେରିକା 🔴 ଆହୁରି ୩ ଦିନ କାଳବୈଶାଖୀ ବର୍ଷା 🔴 ‘ହାର୍ ନମାନିଲା ଯାଏଁ ବନ୍ଦ କରନି ଆକ୍ରମଣ’ 🔴 ଶାଶୁକୁ ହାଣିଲା ବୋହୂ 🔴 ଇରାନର ଇସଫାହାନ୍ ସହରରେ ବଡ଼ ବିସ୍ଫୋରଣ 🔴 ଇରାନ ତେଲ ଏବଂ ୟୁରାନିୟମ ଉପରେ ଟ୍ରମ୍ପଙ୍କ ଆଖି 🔴 କାଳବୈଶାଖୀ ନେଇ ୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ 🔴 ଯୁଦ୍ଧ ଶେଷ କରିବେ କି ଟ୍ରମ୍ପ? 🔴 କୁବେର ଡେପୁଟି ମ୍ୟାନେଜରଙ୍କ ୨୯ ପ୍ଲଟ୍‌ 🔴 ୨୫ ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ସହ ବର୍ଷା ପବନ ସତର୍କତା 🔴 ଖୁବଶୀଘ୍ର ଇରାନ ଛାଡ଼ିବ ଆମେରିକା 🔴 ଆହୁରି ୩ ଦିନ କାଳବୈଶାଖୀ ବର୍ଷା 🔴 ‘ହାର୍ ନମାନିଲା ଯାଏଁ ବନ୍ଦ କରନି ଆକ୍ରମଣ’ 🔴 ଶାଶୁକୁ ହାଣିଲା ବୋହୂ 🔴 ଇରାନର ଇସଫାହାନ୍ ସହରରେ ବଡ଼ ବିସ୍ଫୋରଣ 🔴 ଇରାନ ତେଲ ଏବଂ ୟୁରାନିୟମ ଉପରେ ଟ୍ରମ୍ପଙ୍କ ଆଖି