Masthead

ପୁଣି ଥରାଇବ ଶୀତ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆସନ୍ତା ସପ୍ତାହେ ଯାଏଁ ଲୁଚକାଳି ଖେଳିବ ଶୀତ । ଆଜିଠାରୁ ରାଜ୍ୟରେ ତାପମାତ୍ରା ବଢିବ ବୋଲି ଆଶଙ୍କା କରାଯାଉଛି । ଆସନ୍ତା ୨୧ରୁ ୨୩ ତାରିଖ ୨ ଦିନ ଶୀତ ଅନୁଭବ ହେବ । ଆସନ୍ତା ୭ ଦିନ ଯାଏଁ ପାଣିପାଗରେ ବାରମ୍ବାର ପରିବର୍ତ୍ତନ ଯୋଗୁଁ ରାଜ୍ୟରେ ଶୀତର ପ୍ରକୋପ ଦେଖିବାକୁ ମିଳିବ ବୋଲି ପାଣିପାଗ ବିଶେଷଜ୍ଞ ପୂର୍ବାନୁମାନ କରିଛନ୍ତି । ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପାଗ ଶୁଖିଲା ରହିବ । ଆସନ୍ତା ୨୪ ଘଣ୍ଟାରେ ସର୍ବନିମ୍ନ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବ ନାହିଁ । ୧୯ ଓ ୨୦ ତାରିଖରେ ରାଜ୍ୟରେ ତାପମାତ୍ରା ବଢିବ । ଫଳରେ ଶୀତ କମିବ ଏବଂ ଆସନ୍ତା ୨୧ରୁ ପାରଦ ଖସିବା ସହ ଶୀତର ପରିମାଣ ବଢିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନକେନ୍ଦ୍ର ତରଫରୁ ସୂଚନା ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ