Masthead

ପୂରା ରାଜ୍ୟକୁ ଥରାଇବ ଶୀତ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ରାଜ୍ୟରେ ପୁଣି ହାଡ଼ଭଙ୍ଗା ଶୀତ ଅନୁଭୂତ ହେବ । ଉତ୍ତର ପଶ୍ଚିମ ତଥା ଉତ୍ତର ଦିଗରୁ ଥଣ୍ଡା ଶୁଷ୍କ ବାୟୁପ୍ରବାହ ବଢ଼ିଛି । ଏହା ଆହୁରି ଶକ୍ତିଶାଳୀ ହେଉଛି। ଏହା ପ୍ରଭାବରେ ୧୭ ତାରିଖ ଯାଏ ପୂରା ରାଜ୍ୟକୁ ଥରାଇବ ଶୀତ । କିନ୍ତୁ ପଶ୍ଚିମା ଝଡ଼ ପ୍ରଭାବରେ ୧୮ରୁ ପାଗ ମେଘୁଆ ରହିବ । ଏହା ତାପମାତ୍ରା ବଢ଼ାଇବା ସହ ଶୀତ କମିଯିବ । ପାଣିପାଗ ବିଶେଷଜ୍ଞ ଏଭଳି ପୂର୍ବାନୁମାନ କରିଛନ୍ତି ।

ଗୁରୁବାର ରାଉରକେଲା ଓ ଝାରସୁଗୁଡ଼ାରେ ପାରଦ ୫ ଡିଗ୍ରୀ ରହିପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ଫୁଲବାଣୀରେ ୬, ଅନୁଗୁଳ, କେନ୍ଦୁଝର ଓ ସୁନ୍ଦରଗଡ଼ରେ ୭ ଡିଗ୍ରୀ ରହିପାରେ । ରାଜ୍ୟର ଅଧିକାଂଶ ସ୍ଥାନରେ ରାତି ତାପମାତ୍ରା ୧୦ ଡିଗ୍ରୀ ତଳେ ବା ଏହାଠାରୁ ସାମାନ୍ୟ ଅଧିକ ରହିପାରେ । ଶୁକ୍ରବାର ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାର ଅଧିକାଂଶ ସ୍ଥାନରେ ଭୀଷଣ ଶୀତ ଅନୁଭୂତ ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ ଦେଖାଇଛି । ଦେଶର ମଧ୍ୟଭାଗରେ ଗୁରୁଚାପ ବଳୟ ସକ୍ରିୟ ଅଛି । ଏଥିପାଇଁ ଉତ୍ତର ଓ ଉତ୍ତର ପଶ୍ଚିମ ଦିଗରୁ ଥଣ୍ଡା ଶୁଷ୍କ ବାୟୁ ପ୍ରବାହ ବଢ଼ିଛି ।

ଜଳୀୟବାଷ୍ପର ପରିମାଣ ବି କମିଛି । ଏହାଫଳରେ ଶୀତର ପ୍ରକୋପ ବଢ଼ିପାରେ ବୋଲି ପାଣିପାଗ ବିଶେଷଜ୍ଞ କହିଛନ୍ତି । ଜି ଉଦୟଗିରିରେ ରାତି ତାପମାତ୍ରା ପୁଣି ଥରେ ୪ ଡିଗ୍ରୀ ତଳକୁ ଖସିଛି । ଏହା ରାଜ୍ୟର ସବୁଠୁ ଥଣ୍ଡା ସ୍ଥାନ ପାଲଟିଛି । ଝାରସୁଗୁଡ଼ାରେ ରାତି ତାପମାତ୍ରା ସ୍ୱାଭାବିକଠାରୁ ୫.୭ ଡିଗ୍ରୀ ଖସିଯାଇଛି । ଏଠାରେ ପାରଦ ୬.୪ ଡିଗ୍ରୀ ରହିଛି । ଅନୁଗୁଳରେ ସ୍ୱାଭାବିକଠାରୁ ୫.୬ ଡିଗ୍ରୀ, କଟକରେ ୩ ଡିଗ୍ରୀ, ଭୁବନେଶ୍ୱରରେ ୩.୧ ଡିଗ୍ରୀ କମ୍ ରହିଥିଲା । ୭ ସହରରେ ପାରଦ ୧୦ ଡିଗ୍ରୀ ତଳେ ଥିଲା

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି