Masthead

ଖୁବଶୀଘ୍ର ରାଜ୍ୟକୁ ଛୁଇଁବ ଶୀତ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆସନ୍ତା ୧୫ ତାରିଖରୁ  ରାଜ୍ୟରେ ରାତି ତାପମାତ୍ରା କମିପାରେ । ୧୭ ତାରିଖ ସୁଦ୍ଧା  କେତେକ ଆଭ୍ୟନ୍ତରୀଣ ସ୍ଥାନରେ ପ୍ରାୟ ୨ରୁ ୩ ଡିଗ୍ରୀ କମିବ । କନ୍ଧମାଳ, କୋରାପୁଟ, ଗଜପତି, ମୟୂରଭଞ୍ଜ ଓ କେନ୍ଦୁଝରରେ  ରାତି ତାପମାତ୍ରା ଅନ୍ୟ ସବୁ ଜିଲ୍ଲା ତୁଳନାରେ କମ୍‌ ରହିପାରେ । ଏ ସବୁ ସ୍ଥାନରେ  କୁହୁଡ଼ି ଦେଖାଦେବ । ୩ରୁ ୪ ଦିନରେ ଓଡ଼ିଶାର କିଛି ସ୍ଥାନରୁ ମୌସୁମୀ ପ୍ରତ୍ୟାବର୍ତ୍ତନ  ହୋଇପାରେ ।

ସେହିଭଳି ୧୧ ତାରିଖରେ କଳାହାଣ୍ଡି, ରାୟଗଡ଼ା  ଓ କୋରାପୁଟର କିଛି ସ୍ଥାନରେ ଅଧିକ ବର୍ଷା ହେବ । ଶନିବାର  ଓ ରବିବାର ଦୁଇ ଦିନ ଉପକୂଳ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର  କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ଆଶଙ୍କା ଅଛି । ଏହି ସବୁ  ସ୍ଥାନରେ ୩୦ରୁ ୪୦ କିମି ବେଗରେ ପବନ ବୋହିବ ବୋଲି  ପୂର୍ବାନୁମାନ ଦିଆଯାଇଛି । ଗତ ୨୪ ଘଣ୍ଟାରେ ବାଲେଶ୍ୱରରେ  ୧୧.୨ ମିମି ଓ ରାୟଗଡ଼ାରେ ୫.୪ ମିମି ବର୍ଷା ହୋଇଛି । ଖୁବଶୀଘ୍ର ରାଜ୍ୟକୁ ଶୀତ ଛୁଇଁବ । ଆସନ୍ତା ୧୫ ତାରିଖ ଆଡ଼କୁ ରାଜ୍ୟର ବିଭିନ୍ନ ସ୍ଥାନରେ ଶୀତ ପଡ଼ିବା ଆରମ୍ଭ ହୋଇଯିବ ବୋଲି ଆକଳନ କରାଯାଉଛି । ପାଣିପାଗ ବିଶେଷଜ୍ଞଙ୍କ ମତରେ ଆସନ୍ତା ସପ୍ତାହେ ପର୍ଯ୍ୟନ୍ତ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ଓ ଖରାଟିଆ ରହିବ । ‌ତେବେ ୧୩ ଓ ୧୪ ତାରିଖରେ ସମୁଦ୍ର ସଂଲଗ୍ନ ଜିଲ୍ଲାରେ ହାଲୁକାରୁ ସ୍ବଳ୍ପ ବର୍ଷା ହୋଇପାରେ ।

୧୫ ତାରିଖରୁ ରାତିରେ ତାପମାତ୍ରା କ୍ରମଶଃ କମିବ । ୧୭ ତାରିଖ ସୁଦ୍ଧା କେତେକ ଆଭ୍ୟନ୍ତରୀଣ ସ୍ଥାନରେ ପ୍ରାୟ ୨ରୁ ୩ ଡିଗ୍ରି ତାପମାତ୍ରା କମିପାରେ । କନ୍ଧମାଳ, କୋରାପୁଟ, ଗଜପତି, ମୟୂରଭଞ୍ଜ ଓ କେନ୍ଦୁଝର ତାପମାତ୍ରା ସବୁଠାରୁ କମ୍‌ ରହିବ । ଏହି ସବୁ ସ୍ଥାନରେ ସର୍ବନିମ୍ନ ତାପମାତ୍ରା ୨ରୁ ୩ ଡିଗ୍ରି କମ୍‌ ହେତୁ ଶିଶିରପାତ ସହ କୁହୁଡ଼ି ହେବାର ସମ୍ଭାବନା ରହିଛି । ୧୭ ତାରିଖରେ ଦକ୍ଷିଣ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇ ସମୁଦ୍ରରେ ୫ ଦିନରୁ ଅଧିକ ରହିବ । ଫଳରେ ଏହା ଅଧିକ ଘନୀଭୂତ ହେବାର ସମ୍ଭାବନା ରହିଛି । ତେବେ କେତେ ଘନୀଭୂତ ହେବ ଏବଂ ଏହା କେଉଁ ଆଡ଼କୁ ଗତି କରିବ ବର୍ତ୍ତମାନ ତାହା କହିହେବ ନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ