Masthead

ଶିକାରୀ ଗୁଳିରେ ମହିଳା ଗୁରୁତର

ସୋରୋଡା (ବଡ଼ ଖବର ବ୍ୟୁରୋ):  ଗଞ୍ଜାମ ଜିଲ୍ଲାର ଭଞ୍ଜନଗର ଥାନା ବେଡିଗୋବା ଗ୍ରାମରେ ଘଟିଛି ଅଭାବନୀୟ ଘଟଣା । ଶିକାରୀ ଗୁଳିରେ ମହିଳା ଗୁରୁତର। ବେଡ଼ିଗୋବା ଗ୍ରାମର ସ୍ୱପ୍ନା ସାହୁ ଓ ତାଙ୍କ ମାଆ ଦୁହେଁ ଗତକାଲି ସନ୍ଧ୍ୟାରେ ପତ୍ର ତୋଳିବା ପାଇଁ ଜଙ୍ଗଲକୁ ଯାଇଥିଲେ  ।  ପତ୍ର ତୋଳିବା ସମୟରେ ହଠାତ ଗୁଳି ବାଜିଥିଲା  । ଯାହା ଫଳରେ ସ୍ଵପ୍ନା ଗୁରୁତର ହୋଇ ପଡ଼ିଥିଲେ । ଏହା ଦେଖି ତାଙ୍କ ମାଆ ଗ୍ରାମକୁ ଆଣିଥିଲେ ।

କୌଣସି ନେଟୱର୍କ ନଥିବା କାରଣରୁ ଗ୍ରାମର ଏକ ନିର୍ଦ୍ଧିଷ୍ଟ ସ୍ଥାନକୁ ଆସି ଆଜି ସକାଳ ସମୟରେ ଆମ୍ବୁଲାନ୍ସ ସହ ଯୋଗାଯୋଗ କରି  ଆମ୍ବୁଲାନ୍ସ ସାହାଯ୍ୟରେ ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟ ରେ ଭର୍ତ୍ତି କରିଥିଲେ ।ଅବସ୍ଥା ଗୁରୁତର ଥିବାରୁ ବ୍ରହ୍ମପୁର ବଡମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ଏପଟେ ଭଞ୍ଜନଗର ପୋଲିସ୍ ଘଟଣାକୁ ଗୁରୁତର ସହ ତଦନ୍ତ ଆରମ୍ଭ କରିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ