Masthead

ବଜ୍ରପାତରେ ଜୀବନ ଗଲା

ବାଙ୍କୀ (ବଡ଼ ଖବର ବ୍ୟୁରୋ): ବଜ୍ରପାତରେ ଚାଲିଗଲା ମହିଳାଙ୍କ ଜୀବନ । କଟକ ଜିଲ୍ଲା ବାଙ୍କୀ ଥାନା ବିଲିପଡ଼ା ପଞ୍ଚାୟତ ବିଲିମନ୍ତ୍ରୀ ସାହିରେ ଘଟିଛି ଏହି ଦୁଃଖଦ ଘଟଣା । ମୃତା ମହିଳା ହେଲେ ସୁଲୋଚନା ନାଏକ । ସେ ବିଲକୁ ଯାଇଥିବା ବେଳେ ବଜ୍ରଘାତରେ ତାଙ୍କ ମୃତ୍ୟୁ ହୋଇଛି । ହରିଜନ ସଂପ୍ରଦାୟର ଗରିବ ଲୋକ ହୋଇଥିବାରୁ ସୁଲୋଚନାଙ୍କ ପରିବାରକୁ ସରକାରୀ ସହାୟତା ଯୋଗାଇଦେବା ଲାଗି ଦାବି କରିଛନ୍ତି ମୃତକଙ୍କ ସମ୍ପର୍କୀୟ ଓ ସାହିଲୋକେ ।
ସୁଲୋଚନା ମଙ୍ଗଳବାର ବିଲକୁ କାମ କରିବା ଲାଗିଯାଇଥିଲେ । ମାତ୍ର ଘରକୁ ଫେରିନଥିଲେ । ପରିବାର ଲୋକ ଖୋଜାଖୋଜି କରିଥିଲେ ମଧ୍ୟ ତାଙ୍କୁ ପାଇନଥିଲେ । ବାଙ୍କୀ ଥାନାରେ ହୋଇଥିଲା ନିଖୋଜ ଅଭିଯୋଗ । ପରେ ବିଲରେ ସୁଲୋଚନା ପଡିଥିବା ପରିବାର ଲୋକେ ଦେଖିଥିଲେ । ପୋଲିସକୁ ଖବର ଦେବାପରେ ମୃତଦେହ ଉଦ୍ଧାର କରାଯାଇଥିଲା । ବ୍ୟବଛେଦ ରିପୋର୍ଟ ଆସିବା ପରେ ଜଣାପଡ଼ିଥିଲା କି ସୁଲୋଚନାଙ୍କ ବଜ୍ରଘାତରେ ମୃତ୍ୟୁ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ