Masthead

ମହିଳା ଏସଆଇଙ୍କ ଆତ୍ମହତ୍ୟା ଉଦ୍ୟମ

ବଲାଙ୍ଗିର (ବଡ଼ ଖବର ବ୍ୟୁରୋ):  ମହିଳା ପୋଲିସ ଏସଆଇଙ୍କ ଆତ୍ମହତ୍ୟା ଉଦ୍ୟମ। ବଲାଙ୍ଗିର ସଇଁନ୍ତଳା ଥାନା ଏସଆଇ କାଜଲ ବାଗ ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କରିଥିବା ଜଣାପଡିଛି । ଗତକାଲି ବିଳମ୍ଵିତ ରାତିରେ ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି ମହିଳା ଏସ୍ଆଇ । ଗୁରୁତର ଅବସ୍ଥାରେ ତାଙ୍କୁ ପ୍ରଥମେ ସଇଁନ୍ତଳା ମେଡିକାଲ ଓ ପରେ ବଲାଙ୍ଗିର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ହେଲେ ଘଟଣା ପ୍ରଘଟ ହେବା ଭୟରେ କାଜଲଙ୍କୁ ଅନ୍ୟ ମେଡିକାଲକୁ ନିଆଯାଇଥିବା ଜଣାପଡିଛି ।

ସୂଚନା ଅନୁସାରେ ଗତକାଲି ବିଳମ୍ବିତ ରାତିରେ କାଜଲ ବାଗ ସଇଁତଳା ସ୍ଥିତ ଭଡ଼ାଘରେ ବିଷ ପିଇଛନ୍ତି। ହେଲେ ବିଷ ପାନର କାରଣ ଜଣାପଡି ନଥିଲେ ବି ପୋଲିସ ବାବୁଙ୍କ ପ୍ରେମରେ ପଡି ଏଭଳି ଚରମ ନିଷ୍ପତ୍ତି ନେଇଥିବା ଚର୍ଚା ହେଉଛି । ପୂର୍ବରୁ ସେ ବଲାଙ୍ଗିର ଟାଉନ ଥାନାରେ କାମ କରୁଥିବା ବେଳେ କିଛିଦିନ ହେବ ସଇଁତଳା ଥାନାରେ ଅବସ୍ଥାପିତ ହୋଇଛନ୍ତି। ତେବେ ସେ ଏଭଳି ନିଷ୍ପତ୍ତି କଣ ପାଇଁ ନେଲେ ସେନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ସେପଟେ ଏନେଇ ପୋଲିସ ପକ୍ଷରୁ କାହାରି ପ୍ରତିକ୍ରିୟା ମିଳି ପାରିନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା