Masthead

ସ୍କୁଲ ପରିସରରୁ ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଘସିପୁରା(ବଡ଼ ଖବର ବ୍ୟୁରୋ):ସ୍କୁଲ୍ ପରିସରରୁ ମହିଳାଙ୍କର ଝୁଲନ୍ତା ମୃତଦେହ ଉଦ୍ଧାର । ହତ୍ୟା ଅଭିଯୋଗ କଲେ ପରିବାର ଲୋକେ । ଆଜି ସକାଳୁ କେନ୍ଦୁଝର ଜିଲ୍ଲା ଘସିପୁରା ଥାନା ବସନ୍ତପୁରା ବଳଦେବଜୀଉ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରୁ ତୋରାଣିଆପାଳ ଗାଁର ବାସନ୍ତୀ ଜେନାଙ୍କର ଝୁଲନ୍ତା ମୃତଦେହ ଦେଖି ବିଦ୍ୟାଳୟର ଶିକ୍ଷୟିତ୍ରୀ ଘସିପୁରା ଥାନାକୁ ଖବର ଦେଇଥିଲେ ।

ବାସନ୍ତୀଙ୍କର ଶବ ବିଦ୍ୟାଳୟର ଭୋଜନକେନ୍ଦ୍ରରେ ଝୁଲୁଥିବା ବେଳେ, ନିକଟରେ ତାଙ୍କ ଛତା ଓ ଚପଲ ରଖାଯାଇଥିଲା । ବାସନ୍ତୀଙ୍କର ପରିବାର ଲୋକଙ୍କର ସୂଚନା ଅନୁଯାୟୀ, ବାସନ୍ତୀ, ଗତ ୧୩ ବର୍ଷ ପୂର୍ବେ ବସନ୍ତପୁରା ଗାଁର ଅଶୋକ ଜେନାଙ୍କ ସହ ଅନ୍ୟତ୍ର ରହୁଥିଲେ । ସେବେଠାରୁ ବାସନ୍ତୀଙ୍କର କୌଣସି ଖୋଜଖବର ନଥିବା ବେଳେ, ଆଜି ହଠାତ୍ ସ୍କୁଲ୍ ପରିସରରୁ ତାଙ୍କର ମୃତଦେବ ମିଳିବା କାରଣରୁ ବାସନ୍ତୀଙ୍କୁ ହତ୍ୟା କରାଯାଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ