Masthead

ଆଜିଠୁ କମ୍ପିବ ମଥୁରା ନଗରୀ 

ବରଗଡ଼ (ବଡ଼ ଖବର ବ୍ୟୁରୋ): ବରଗଡ଼ରେ ଆରମ୍ଭ ହେଉଛି ୧୧ ଦିନିଆ ବିଶ୍ବପ୍ରସିଦ୍ଧ ଧନୁଯାତ୍ରା । ମଥୁରାନଗରୀରେ ପୁଣି ଶୁଭିବ ମହାରାଜ କଂସଙ୍କ ଅଟ୍ଟହାସ୍ୟ । କଂସ ଦରବାରରେ ନାଚିବେ ୧୫୦ରୁ ଅଧିକ ସାଂସ୍କୃତିକ ଦଳ । ଜାତୀୟ ଓ ଅନ୍ତର୍ଜାତୀୟ ଦଳର ୫ ହଜାର କଳାକାର ନାଚିବେ । ଶେଷ ପର୍ଯ୍ୟାୟରେ ପ୍ରସ୍ତୁତି । କଂସଙ୍କ ରାଜ ଦରବାର ସମେତ ରଂଗମହଲ ଓ ବିଭିନ୍ନ ତୋରଣ ଗୁଡ଼ିକ ଏଥର ଯେମିତି ଅଧିକ ଆକର୍ଷଣୀୟ ହୋଇପାରିବ ସେନେଇ ଧନୁଯାତ୍ରା କମିଟି ଅଧିକ ଗୁରୁତ୍ୱ ଦେଉଥିବା ବେଳେ ଏହାର ନିର୍ମାଣ ପାଇଁ କାରିଗର ମାନେ ଦିନରାତି କାମ ଜାରି ରଖିଛନ୍ତି ।

ଯାତ୍ରା ସମୟରେ ସହରକୁ ସ୍ୱଚ୍ଛ ସୁନ୍ଦର କରିବା ପ୍ରୟାସ ଜାରି ରଖିଛି ଜିଲ୍ଲା ପ୍ରଶାସନ । ବରଗଡ଼ ଧନୁଯାତ୍ରା ଚଳିତଥର ୭୭ ବର୍ଷରେ ପଦାର୍ପଣ କରିଛି । ଆଜିଠୁ ଜାନୁଆରୀ ୧୩ ତାରିଖ ପରର୍ଯ୍ୟନ୍ତ ୧୧ ଦିନ ଧରି ଚାଲିବ ଯାତ୍ରା । ଯାହାକୁ ନେଇ ସାରା ବରଗଡ଼ ସହର ଚଳଚଞ୍ଚଳ ହୋଇଉଠିଛି । ବରଗଡ଼ ହାଟପଦା ଠାରେ ମହାରଜ କଂସଙ୍କ ପ୍ରାୟ ୬୦ ଫୁଟ ଉଚ୍ଚତା ଏବଂ ୧୨୦ ଫୁଟ ପ୍ରସ୍ଥର ରାଜଦରବାର ନିର୍ମାଣ ସରିଛି । କଲିକତାରୁ ୨୫ ଜଣ କାରିଗର ଆସି ଦିନରାତି କାମ କରୁଛନ୍ତି । ସେହିପରି ସ୍ଥାନୀୟ ଲୋକ ମଣ୍ଡପ ପଡ଼ିଆରେ ମହାରାଜ କଂସଙ୍କ ରଙ୍ଗ ମହଲର ନିର୍ମାଣ ଚାଲିଛି । ବରଗଡ଼ର ପ୍ରାୟ ସାତ କିଲୋମିଟର ପରିଧି ମଧ୍ୟରେ ୧୪ ଟି ମଂଚରେ ଏହି ଧନୁଯାତ୍ରା ମହୋତ୍ସବ ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’