Masthead

ଆଜିଠୁ ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ

ଭୁବନେଶ୍ବର (ବଡ଼ ଖବର ବ୍ୟୁରୋ): ଆଜିଠାରୁ ଆରମ୍ଭ ହେଉଛି ବିଶ୍ଵ ଓଡ଼ିଆ ଭାଷା ସମ୍ମିଳନୀ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାର ଉଦଘାଟନ କରିବା କାର୍ଯ୍ୟକ୍ରମ ରହିଛି। ଭୁବନେଶ୍ବର ଜନତା ମଇଦାନରେ ଆସନ୍ତା ୫ ତାରିଖ ଯାଏଁ ଚାଲିବ ସମ୍ମିଳନୀ। ଏଥିରେ ଦେଶ ବିଦେଶର ଓଡ଼ିଆ ଭାଷାବିତ୍ ଯୋଗଦେଇ ଓଡ଼ିଆ ଭାଷାର ସର୍ବ ପ୍ରାଚୀନତା ଏବଂ ନିରନ୍ତରତା ସମ୍ପର୍କରେ ବିଭିନ୍ନ ପର୍ଯ୍ୟାୟ ଭିତ୍ତିକ ଆଲୋଚନା କରିବେ। ଓଡ଼ିଆ ଭାଷାର ଉତ୍ପତ୍ତି, କ୍ରମବିକାଶ ଓ ଲୋକପ୍ରିୟତା ଉପରେ ସାରଗର୍ଭକ ଆଲୋଚନାମାନ ଅନୁଷ୍ଠିତ ହେବ। ଭାଷାର ଉନ୍ନତି ଓ ପ୍ରଚାର-ପ୍ରସାର ପାଇଁ ୧୬ଟି ଅଧିବେଶନରେ ଆଲୋଚନାଚକ୍ର ହେବ ।

ଦେଶ ବିଦେଶରୁ ୧୦୦ରୁ ଅଧିକ ଭାଷାବିତ୍ ସମ୍ମିଳନୀରେ ସାମିଲ୍ ହେବେ । ଏହି ଅବସରରେ ଓଡିଆ ଭାଷା ଓ ଭାଷା ବିଜ୍ଞାନରେ ଅନନ୍ୟ ଅବଦାନ ପାଇଁ ଡକ୍ଟର ଦେବୀପ୍ରସନ୍ନ ପଟ୍ଟନାୟକଙ୍କୁ ଜୀବନବ୍ୟାପୀ ସାଧନା ପୁରସ୍କାରରେ ସମ୍ବର୍ଦ୍ଧିତ କରାଯିବ । ଏଥିସହ ଜ୍ଞାନପୀଠ ପୁରସ୍କାର ବିଜେତା ଓ ପଦ୍ମପୁରସ୍କାର ବିଜେତା, ସାହିତ୍ୟ ଆକାଦେମି ପୁରସ୍କାରପ୍ରାପ୍ତ ସାହିତ୍ୟିକ, କବୀର ସମ୍ମାନ ପୁରସ୍କାର ପ୍ରାପ୍ତ, ରାଜ୍ୟ ଏକାଡେମୀର ସର୍ବୋଚ୍ଚ ପୁରସ୍କାର ବିଜେତାମାନଙ୍କୁ ସମ୍ମାନିତ କରାଯିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି