Masthead

ଆଜିଠୁ ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ

ଭୁବନେଶ୍ବର (ବଡ଼ ଖବର ବ୍ୟୁରୋ): ଆଜିଠାରୁ ଆରମ୍ଭ ହେଉଛି ବିଶ୍ଵ ଓଡ଼ିଆ ଭାଷା ସମ୍ମିଳନୀ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାର ଉଦଘାଟନ କରିବା କାର୍ଯ୍ୟକ୍ରମ ରହିଛି। ଭୁବନେଶ୍ବର ଜନତା ମଇଦାନରେ ଆସନ୍ତା ୫ ତାରିଖ ଯାଏଁ ଚାଲିବ ସମ୍ମିଳନୀ। ଏଥିରେ ଦେଶ ବିଦେଶର ଓଡ଼ିଆ ଭାଷାବିତ୍ ଯୋଗଦେଇ ଓଡ଼ିଆ ଭାଷାର ସର୍ବ ପ୍ରାଚୀନତା ଏବଂ ନିରନ୍ତରତା ସମ୍ପର୍କରେ ବିଭିନ୍ନ ପର୍ଯ୍ୟାୟ ଭିତ୍ତିକ ଆଲୋଚନା କରିବେ। ଓଡ଼ିଆ ଭାଷାର ଉତ୍ପତ୍ତି, କ୍ରମବିକାଶ ଓ ଲୋକପ୍ରିୟତା ଉପରେ ସାରଗର୍ଭକ ଆଲୋଚନାମାନ ଅନୁଷ୍ଠିତ ହେବ। ଭାଷାର ଉନ୍ନତି ଓ ପ୍ରଚାର-ପ୍ରସାର ପାଇଁ ୧୬ଟି ଅଧିବେଶନରେ ଆଲୋଚନାଚକ୍ର ହେବ ।

ଦେଶ ବିଦେଶରୁ ୧୦୦ରୁ ଅଧିକ ଭାଷାବିତ୍ ସମ୍ମିଳନୀରେ ସାମିଲ୍ ହେବେ । ଏହି ଅବସରରେ ଓଡିଆ ଭାଷା ଓ ଭାଷା ବିଜ୍ଞାନରେ ଅନନ୍ୟ ଅବଦାନ ପାଇଁ ଡକ୍ଟର ଦେବୀପ୍ରସନ୍ନ ପଟ୍ଟନାୟକଙ୍କୁ ଜୀବନବ୍ୟାପୀ ସାଧନା ପୁରସ୍କାରରେ ସମ୍ବର୍ଦ୍ଧିତ କରାଯିବ । ଏଥିସହ ଜ୍ଞାନପୀଠ ପୁରସ୍କାର ବିଜେତା ଓ ପଦ୍ମପୁରସ୍କାର ବିଜେତା, ସାହିତ୍ୟ ଆକାଦେମି ପୁରସ୍କାରପ୍ରାପ୍ତ ସାହିତ୍ୟିକ, କବୀର ସମ୍ମାନ ପୁରସ୍କାର ପ୍ରାପ୍ତ, ରାଜ୍ୟ ଏକାଡେମୀର ସର୍ବୋଚ୍ଚ ପୁରସ୍କାର ବିଜେତାମାନଙ୍କୁ ସମ୍ମାନିତ କରାଯିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ