ସୁବର୍ଣ୍ଣରେଖାରୁ ବାହାରିଲା ଦ୍ଵିତୀୟ ବିଶ୍ୱଯୁଦ୍ଧ ସମୟର ବୋମା

ବାରିପଦା (ବଡ଼ ଖବର ବ୍ୟୁରୋ): ପାଣିପଡ଼ା ଗ୍ରାମ ନିକଟ ସୁବର୍ଣ୍ଣରେଖା ନଦୀରେ ବାହାରିଲା ଦ୍ଵିତୀୟ ବିଶ୍ୱଯୁଦ୍ଧ ସମୟର ବୋମା । ମୟୂରଭଞ୍ଜ ଜିଲ୍ଲା ସୀମାନ୍ତବର୍ତ୍ତୀ ଝାରଖଣ୍ଡ ରାଜ୍ୟ ପାଣିପଡ଼ା ଗ୍ରାମର ସୁବର୍ଣ୍ଣରେଖା ନଦୀ କୂଳରେ ପୁଣି ଥରେ ଦ୍ୱିତୀୟ ବିଶ୍ୱଯୁଦ୍ଧ ସମୟର ଏକ ସନ୍ଦିଗ୍ଧ ବୋମା ଦେଖିବାକୁ ମିଳିଛି । ଭାରତୀୟ ସେନାର ବୋମା ନିଷ୍କ୍ରିୟକାରୀ ଦଳ ଘଟଣାସ୍ଥଳରେ ପହଁଚି ଯାଞ୍ଚ କରିଛନ୍ତି । କିଛିଦିନ ପୂର୍ବରୁ ମଧ୍ୟ ଏହି ସ୍ଥାନରୁ ଦୁଇଟି ବୋମା ମିଳିଥିଲା ଏବଂ ସେହି ଦୁଇଟି ବୋମାକୁ ପ୍ରାୟ ୧୦ ରୁ ୧୫ ଫୁଟ ଗଭୀର ଏକ ଗାତରେ ରଖାଯାଇ ସୁରକ୍ଷିତ ଭାବରେ ବିସ୍ଫୋରଣ କରାଯାଇଥିଲା।

ଆଗାମୀ ଦିନରେ ସ୍ଥାନୀୟ ଗ୍ରାମବାସୀଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଭବିଷ୍ୟତରେ ଯେକୌଣସି ବଡ଼ ଦୁର୍ଘଟଣାକୁ ରୋକିବା ପାଇଁ ଏକ ବ୍ୟାପକ ତଦନ୍ତ ପାଇଁ ଦାବି ବୃଦ୍ଧି ପାଉଛି। ଘଟଣାର ଖବର ପାଇବା ପରେ ସ୍ଥାନୀୟ ପ୍ରଶାସନ ଏବଂ ସୁରକ୍ଷା ସଂସ୍ଥାଗୁଡ଼ିକ ତୁରନ୍ତ ହାଇ ଆଲର୍ଟ ଜାରି କରିଛନ୍ତି। ସୁରକ୍ଷା ଦୃଷ୍ଟିରୁ ଅଞ୍ଚଳକୁ ଘେରାବନ୍ଦୀ କରାଯାଇଛି ଏବଂ ସ୍ଥାନୀୟ ବାସିନ୍ଦାମାନଙ୍କୁ ନଦୀ ନିକଟବର୍ତ୍ତୀ ଅଞ୍ଚଳକୁ ଯିବାକୁ କଡ଼ା ବାରଣ କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ