ବିଶ୍ୱକପ୍ ହକି ୨୦୨୩ ଆୟୋଜନ ପାଇଁ ଚାଲିଛି ପ୍ରସ୍ତୁତି

ରାଉରକେଲା(ବଡ଼ ଖବର ବ୍ୟୁରୋ): ୨୦୧୮ରେ ସଫଳତାରେ ସହ ଓଡ଼ିଶା ହକିବିଶ୍ୱକପ ଆୟୋଜନ କରିଥିଲା । ଏହି ବିଶ୍ୱକପ ଆୟୋଜନ ପରେ ସାରା ବିଶ୍ୱରେ ବାହା ବାହା ନେଇଥିଲା ଓଡ଼ିଶା । ପୁଣି ଥରେ ଏହି ଇତିହାସକୁ ଦେହରାଇବାକୁ ଯାଉଛି ଓଡ଼ିଶା । ୨୦୨୩ରେ ପୁଣି ଥରେ ଓଡ଼ିଶାରେ ଆୟୋଜନ ହେବାକୁ ଯାଉଛି ହକି ବିଶ୍ୱକପ । ଭୁବନେଶ୍ୱରର କଳିଙ୍ଗ ଷ୍ଟାଡିୟମ ସମେତ ରାଉଲକେଲାରେ ଏହି ଟୁର୍ଣ୍ଣାମେଣ୍ଟର ମ୍ୟାଚ ଆୟୋଜନ ହେବ । ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୂଚନା ଦେଇଛନ୍ତି ।

ଏହାକୁ ଦୃଷ୍ଟିରେ ରଖି ସ୍ଥାନୀୟ ବିଜୁ ପଟ୍ଟନାୟକ ହକି ଷ୍ଟାଡିୟମରେ ଭିତ୍ତିଭୂମି ବିକାଶ ପାଇଁ ପଦକ୍ଷେପ ଆରମ୍ଭ ହୋଇଛି । ରାଜ୍ୟ କ୍ରୀଡା ବିଭାଗର ଅଧିକାରୀ ନିୟମିତ ବ୍ୟବଧାନରେ ରାଉଲକେଲା ଗସ୍ତ କରି ସ୍ଥିତ ପରଖୁଛନ୍ତି ।ଆଜି ଆର୍ନ୍ତଜାତୀୟ ହକି ମହାସଂଘର ସଭାପତି ନରେନ୍ଦ୍ର ବାତ୍ରା ରାଉଲକେଲା ପହଞ୍ଚି ଷ୍ଟାଡିୟମର ଭିତ୍ତିଭୂମି ଯାଞ୍ଚ କରିଥିଲେ । ହକି ଷ୍ଟାଡିୟମର ସିଟ୍ ବ୍ୟବସ୍ଥା, ଶୌଚାଳୟ, ଡ୍ରେସିଂ ରୁମ, ଖେଳ ପଡ଼ିଆ ଉନ୍ନତୀକରଣ ବିଷୟରେ ଆଲୋଚନା କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ