Masthead

ନିଅଣ୍ଟିଆ ବର୍ଷା, ଚିନ୍ତାରେ ଚାଷୀ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ନିଅଣ୍ଟିଆ ବର୍ଷା, ଚିନ୍ତାରେ ଚାଷୀ । ଜୁଲାଇ ଭଳି ଅଗଷ୍ଟରେ ମଧ୍ୟ ଭଲ ବର୍ଷା ହେବାର ସମ୍ଭାବନା ନାହିଁ । ଏନେଇ ଚିନ୍ତାରେ ଚାଷୀ । ଅଗଷ୍ଟ ଆରମ୍ଭରୁ ହିଁ ରାଜ୍ୟରେ ପାଗ ଶୁଖିଲା ରହିବ ବୋଲି କେନ୍ଦ୍ର ପକ୍ଷରୁ କୁହାଯାଇଛି। ତିନି ତିନିଟି ଲଘୁଚାପ ପରେ ମଧ୍ୟ ୧୯ ପ୍ରତିଶତ ଅଭାବୀ ବର୍ଷାରେ ସରିଛି ଜୁଲାଇ। ଜୁଲାଇ ୧ରୁ ୩୧ ମଧ୍ୟରେ ରାଜ୍ୟରେ ୪୫୬.୩ ମିମି ବର୍ଷା ହୋଇଛି।

ସ୍ବାଭାବିକ ଭାବେ ଏହି ସମୟ ମଧ୍ୟରେ ୫୬୨.୩ମିମି ବର୍ଷା ହୋଇଥାଏ। ସବୁଠୁ ବଡ଼ ଚିନ୍ତାର ବିଷୟ ହେଲା, ଅଗଷ୍ଟରେ ବି ରାଜ୍ୟରେ ଭଲ ବର୍ଷା ହେବାର ସମ୍ଭାବନା ନାହିଁ। ଜୁଲାଇର ନିଅଣ୍ଟିଆ ବର୍ଷା ଅଗଷ୍ଟରେ ଭରଣା ହୋଇପାରିବ ନାହିଁ ବୋଲି ପାଣିପାଗ  ପୂର୍ବାନୁମାନ କରିଛନ୍ତି। ଜୁଲାଇରେ ରାଜ୍ୟର ୧୯ ଜିଲ୍ଲାରେ ସ୍ବାଭାବିକ ବର୍ଷା ହୋଇଥିବା ବେଳେ ୧୧ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ହୋଇଛି। ଭଦ୍ରକରେ ସର୍ବାଧିକ ନିଅଣ୍ଟିଆ ବର୍ଷା ପରିସ୍ଥିତି ଉପୁଜିଛି। ଏଠାରେ ୪୫%ରୁ ଅଧିକ ଅଭାବୀ ବର୍ଷା ହୋଇଛି। ସେହିପରି ଯାଜପୁର ଜିଲ୍ଲାରେ ଅଭାବୀ ବର୍ଷାର ପରିମାଣ ୪୦%ରୁ ଅଧିକ ରହିଛି। ଆସନ୍ତା ଦୁଇ ଦିନ ରାଜ୍ୟରେ ବିଶେଷ ବର୍ଷାର ସମ୍ଭାବନା ନାହିଁ। ଏହା ପରେ ୩ ଓ ୪ ତାରିଖ ଆଡ଼କୁ ରାଜ୍ୟର କିଛି କିଛି ଅଞ୍ଚଳରେ ବର୍ଷା ହେବ ବୋଲି କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ