କ’ଣ ଏମିତି କହିଲେ ନୀତୀଶ..ହସିଲେ ସମସ୍ତେ

ନୂଆଦିଲ୍ଳୀ (ବଡ଼ ଖବର ବ୍ୟୁରୋ); ଏନଡିଏର ସଂସଦୀୟ ଦଳ ବୈଠକରେ ଏନଡିଏର ନେତା ଭାବେ ନିର୍ବାଚିତ ହୋଇଛନ୍ତି ନରେନ୍ଦ୍ର ମୋଦି । ଏହାସହ ପୁଣିଥରେ ପ୍ରଧାନମନ୍ତ୍ରୀ ଭାବେ ମୋଦି ଶପଥ ନେବା ସ୍ପଷ୍ଟ ହୋଇଛି । ଆସନ୍ତା ୯ ତାରିଖରେ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବେ ନରେନ୍ଦ୍ର ମୋଦି । ଚଳିତ ନିର୍ବାଚନରେ ବିଜେପି ଏକାକୀ ବହୁମତ ପାଇନଥିଲେ ମଧ୍ୟ ଏନଡିଏ ସରକାର ଗଢିବାକୁ ମ୍ୟାଜିକ ନମ୍ବର ପାଇଛି ।

ତେବେ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଏନଡିଏ ବୈଠକରେ ନରେନ୍ଦ୍ର ମୋଦିଙ୍କ ନାମ ପ୍ରସ୍ତାବ ଦେବା ପରେ ନୀତୀଶ କହିଛନ୍ତି, ଯଦି ସେ (ନରେନ୍ଦ୍ର ମୋଦି) ଆଜି ପ୍ରଧାନମନ୍ତ୍ରୀ ଭାବରେ ଶପଥ ନେଇଥାନ୍ତେ ତେବେ ଭଲ ହୋଇଥାନ୍ତା। ଏଥର ଆମେ ଦେଖିଛୁ କି କିଛି ଭୋଟ ଏପଟ ସେପଟ ହୋଇ କିଛି ଜିତି ଯାଇଛନ୍ତି । କିନ୍ତୁ ଆର ନିର୍ବାଚନରେ ସମସ୍ତେ ହାରିବେ ।  ଜେଡି (ୟୁ) ମୁଖ୍ୟଙ୍କଠାରୁ ଏହା ଶୁଣି ସଂସଦ ଭବନରେ ଥିବା ବିଜେପି ନେତାମାନେ ହସିବାକୁ ଲାଗିଲେ। ନୀତୀଶ କହିଛନ୍ତି, ଆମେ ତ ସବୁଦିନ ତାଙ୍କ ସହ ଅଛୁ । ତାଙ୍କ ଦଳ ଭାରତର ପ୍ରଧାନମନ୍ତ୍ରୀ ପଦ ପାଇଁ ବିଜେପିର ନରେନ୍ଦ୍ର ମୋଦିଙ୍କୁ ସମର୍ଥନ କରୁଛି। ଏହା ଅତ୍ୟନ୍ତ ଖୁସିର ବିଷୟ ଯେ ସେ ୧୦ ବର୍ଷ ଧରି ପ୍ରଧାନମନ୍ତ୍ରୀ ରହିଛନ୍ତି ଏବଂ ପୁନର୍ବାର ପ୍ରଧାନମନ୍ତ୍ରୀ ହେବାକୁ ଯାଉଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ