Masthead

ଝଡ ପବନ ସହ ବର୍ଷା ସମ୍ଭାବନା, ଏହି ସବୁ ଜିଲ୍ଲାକୁ ୟେଲୋ ଆଲର୍ଟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):   ରାଜ୍ୟରେ ଝଡ ପବନ ସହ ବର୍ଷା ସମ୍ଭାବନା, ୨୬ ଜିଲ୍ଲାକୁ ୟେଲୋ ଆଲର୍ଟ ।  ଏହି ସବୁ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ଅଛି ।   ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବା ନେଇ ମଧ୍ୟ ସତର୍କ କରାଯାଇଛି ।  ଆସନ୍ତା କାଲିଠାରୁ ରାଜ୍ୟରେ ବଢିବ ବର୍ଷା ପରିମାଣ ଓ ବିସ୍ତୃତି  ।  ୧୩ ତାରିଖ ବେଳକୁ ପବନର ବେଗ ଅଧିକ ଯୋଗୁ ସମୁଦ୍ର ଅଶାନ୍ତ ରହିବ । ତେଣୁ ଏହି ସମୟରେ ସମୁଦ୍ର ମଧ୍ୟକୁ ନଯିବାକୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି । ୧୩ ତାରିଖରେ ହିଁ ଲଘୁଚାପ କ୍ଷେତ୍ର ଦକ୍ଷିଣ ଓଡିଶା ତଥା ଏହାର ସଂଲଗ୍ନ ଅଞ୍ଚଳରେ ସୃଷ୍ଟି ହେବାର ସମ୍ଭାବନା ଥିବା ବେଳେ ଆସନ୍ତା ୧୭ ତାରିଖ ପର୍ଯ୍ୟନ୍ତ ଭାରି ବର୍ଷାର ସମ୍ଭାବନା ରହିଛି ।

ମଙ୍ଗଳବାର କନ୍ଧମାଳ, ରାୟଗଡ଼ା, ଗଜପତି ଓ କୋରାପୁଟ ଜିଲ୍ଲାରେ ପ୍ରବଳରୁ  ଅତିପ୍ରବଳ ବର୍ଷା ହୋଇପାରେ । ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, ଗଞ୍ଜାମ,  ନୟାଗଡ଼, ଖୋର୍ଦ୍ଧା, ପୁରୀ, ମୟୂରଭଞ୍ଜ ଓ କେନ୍ଦୁଝରରେ ପ୍ରବଳ ବର୍ଷା ହେବ । ବାଲେଶ୍ୱର,  ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ସମେତ ଉପକୂଳ ଓଡ଼ିଶା ଓ ପଶ୍ଚିମ ଓଡ଼ିଶାର ବହୁ  ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

ବୁଧବାର ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା ଓ ଗଜପତିରେ  ପ୍ରବଳରୁ ଅତିପ୍ରବଳ ବର୍ଷା ଆଶଙ୍କା ଅଛି । ଗଞ୍ଜାମ, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗିର ଓ  ନୂଆପଡ଼ାରେ ପ୍ରବଳ ବର୍ଷା ହୋଇପାରେ । ଉପକୂଳ, ଆଭ୍ୟନ୍ତରୀଣ ଓଡ଼ିଶା ଓ ଦକ୍ଷିଣ  ଓଡ଼ିଶାର କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ଅଛି । ଗୁରୁବାର ବି ମାଲକାନଗିରି  ଓ କୋରାପୁଟରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି