Masthead

କାଳବୈଶାଖୀ ପ୍ରଭାବ, ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଏବେ ସକ୍ରିୟ ହେଉଛି କାଳବୈଶାଖୀ ବର୍ଷା। ଆସନ୍ତା ୪ ଦିନ ଧରି ରାଜ୍ୟରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଛି। ଆଜି ଅପରାହ୍ଣରୁ ୪ ଦିନ ପର୍ୟ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ। ଏନେଇ ବିଭିନ୍ନ ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ଆଜି ରାଜ୍ୟର ୧୦ ଜିଲ୍ଲାରେ ଖୁବ୍ ଜୋରରେ ପବନ ବହିବା ସହ କାଳବୈଶାଖୀ ବର୍ଷା ହେବ। ବିଶେଷକରି କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ବାଲେଶ୍ବର, ଭଦ୍ରକ, ଯାଜପୁର, ମାଲକାନଗିରି, କୋରାପୁଟ, ରାୟଗଡ଼ା ଓ ଗଜପତି ଆଦି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବ ଓ ପବନର ବେଗ ଘଣ୍ଟା ପ୍ରତି ୩୦ରୁ ୪୦ କିମି ରହିବ। ସେହିପରି ୩୧ ତାରିଖ ଦିନ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ ଓ ଯାଜପୁର ଆଦି ଜିଲ୍ଲାରେ କାଳବୈଶାଖୀ ବର୍ଷା ହେବ।

୧ ତାରିଖ ଦିନ ରାଜ୍ୟର ୧୪ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବା ସହ ୩ ଜିଲ୍ଲା ପ୍ରବଳ ବର୍ଷା ହେବ। ସେ ଦିନ ନବରଙ୍ଗପୁର, କଳାହାଣ୍ଡି ଓ ବଲାଙ୍ଗୀର ଜିଲ୍ଲାରେ ପ୍ରବଳ ବର୍ଷିବା ସହ ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି, ବରଗଡ଼, ସମ୍ବଲପୁର, ଅନୁଗୁଳ ଓ ଝାରସୁଗୁଡ଼ାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ