Masthead

୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆସନ୍ତା ତିନି ଦିନ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ଅଛି । ଦକ୍ଷିଣ ପଶ୍ଚିମ ବାଂଲାଦେଶ ଓ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ରବିବାର ଏହା ଘନୀଭୂତ ହୋଇ ଲଘୁଚାପ ରୂପ ନେବ । ପ୍ରଭାବରେ ଆଗାମୀ ୪ରୁ ୫ଦିନ ଯାଏ ରାଜ୍ୟରେ ପ୍ରବଳ ବର୍ଷା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ରବିବାର ମୟୂରଭଞ୍ଜରେ ଅତିପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।

୧୧ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ବାଲେଶ୍ୱର ଓ ଭଦ୍ରକରେ ଅଧିକ ବର୍ଷା ହୋଇପାରେ । ସମ୍ବଲପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତିରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ଅଛି । ସେହିପରି ଆଜି ସକାଳ ସାଢ଼େ ୮ଟାରୁ ଆସନ୍ତାକାଲି ସକାଳ ସାଢ଼େ ୮ଟା ଯାଏଁ ମୟୂରଭଞ୍ଜ ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ ।

ଏଥିପାଇଁ ମୟୂରଭଞ୍ଜକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଅନ୍ୟ ୧୫ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ବର୍ଷା ସମ୍ଭାବନା ଯୋଗୁଁ ପ୍ରବଳ ବର୍ଷା ପରେ ତଳିଆ ଅଞ୍ଚଳରେ ବନ୍ୟାସ୍ଥିତି ନେଇ ରାଜ୍ୟବାସୀଙ୍କୁ ସତର୍କ କରାଯାଇଛି । ସେହିପରି ଜୁଲାଇ ୧ ତାରିଖ ଯାଏ ମତ୍ସ୍ୟଜୀବୀ ମାନଙ୍କୁ ମଧ୍ୟ ଗଭୀର ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ