Masthead

୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆସନ୍ତା ତିନି ଦିନ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ଅଛି । ଦକ୍ଷିଣ ପଶ୍ଚିମ ବାଂଲାଦେଶ ଓ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ରବିବାର ଏହା ଘନୀଭୂତ ହୋଇ ଲଘୁଚାପ ରୂପ ନେବ । ପ୍ରଭାବରେ ଆଗାମୀ ୪ରୁ ୫ଦିନ ଯାଏ ରାଜ୍ୟରେ ପ୍ରବଳ ବର୍ଷା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ରବିବାର ମୟୂରଭଞ୍ଜରେ ଅତିପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।

୧୧ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ବାଲେଶ୍ୱର ଓ ଭଦ୍ରକରେ ଅଧିକ ବର୍ଷା ହୋଇପାରେ । ସମ୍ବଲପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତିରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ଅଛି । ସେହିପରି ଆଜି ସକାଳ ସାଢ଼େ ୮ଟାରୁ ଆସନ୍ତାକାଲି ସକାଳ ସାଢ଼େ ୮ଟା ଯାଏଁ ମୟୂରଭଞ୍ଜ ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ ।

ଏଥିପାଇଁ ମୟୂରଭଞ୍ଜକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଅନ୍ୟ ୧୫ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ବର୍ଷା ସମ୍ଭାବନା ଯୋଗୁଁ ପ୍ରବଳ ବର୍ଷା ପରେ ତଳିଆ ଅଞ୍ଚଳରେ ବନ୍ୟାସ୍ଥିତି ନେଇ ରାଜ୍ୟବାସୀଙ୍କୁ ସତର୍କ କରାଯାଇଛି । ସେହିପରି ଜୁଲାଇ ୧ ତାରିଖ ଯାଏ ମତ୍ସ୍ୟଜୀବୀ ମାନଙ୍କୁ ମଧ୍ୟ ଗଭୀର ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ