Masthead

୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାଜ୍ୟରେ ବଦଳିଲା ପାଗ । ପ୍ରାକ୍‌ ମୌସୁମୀ ପ୍ରଭାବରେ ଆଂଶିକ ମେଘୁଆ ପାଗ, ହାଲୁକା ପବନ, ଠାଏଠାଏ ହାଲୁକା ବର୍ଷା ହୋଇଛି । ପାଣିପାଗ ପୂର୍ବାନୁମାନ, ଦକ୍ଷିଣ-ପଶ୍ଚିମ ମୌସୁମୀର ବାଟ ଅନୁକୂଳ ରହିଛି । ୨-୩ ଦିନ ଭିତରେ ମୌସୁମୀ କେରଳ ଛୁଇଁବ । ଓଡ଼ିଶା ପାଇଁ ବଡ଼ କଥା ହେଲା, ଆସନ୍ତା ୨୭ ତାରିଖ ବେଳକୁ ଏକ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ଅଛି ଉତ୍ତର ବଙ୍ଗୋପସାଗରରେ । ଏହି ସମ୍ଭାବ୍ୟ ଲଘୁଚାପ ହିଁ ମୌସୁମୀକୁ ଓଡ଼ିଶାକୁ ଟାଣି ଆଣିପାରେ । ସମ୍ଭବତଃ ଚଳିତ ମେ ମାସର ଶେଷ କିମ୍ବା ଜୁନ୍‌ ପହିଲା ବେଳକୁ ମୌସୁମୀ ଓଡ଼ିଶା ଛୁଇଁପାରେ ।

ଏହା ପ୍ରଭାବରେ ୨୭ ଓ ୨୮ ତାରିଖରେ ଓଡ଼ିଶାର କେତେକ ଜାଗାରେ ପ୍ରବଳ ବର୍ଷା ସମ୍ଭାବନା ଅଛି । ମେ ୨୯ରୁ ଜୁନ୍‌ ୪ ତାରିଖ ପର୍ଯ୍ୟନ୍ତ ଆଇଏମଡି ଜାରି କରିଥିବା ପୂର୍ବାନୁମାନ ଅନୁସାରେ, ଏହି ସପ୍ତାହରେ ଦକ୍ଷିଣ-ପଶ୍ଚିମ ମୌସୁମୀ ପୂର୍ବ ଭାରତର କିଛି ଅଞ୍ଚଳରେ ପ୍ରବେଶ କରିପାରେ । ଯଦି ଏମିତି ହୁଏ, ତେବେ ଏହି ସମୟରେ ମୌସୁମୀ ଓଡ଼ିଶା ପ୍ରବେଶ କରିବ । ଆଜି ପାଇଁ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ କରାଯାଇଛି । ଘଡ଼ଘଡ଼ି, ବିଜୁଳି ସହ ବର୍ଷା ନେଇ ୱାର୍ଣ୍ଣିଂ ଜାରି କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ