Masthead

୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର  (ବଡ଼ ଖବର ବ୍ୟୁରୋ):  ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ଏହି ଲଘୁଚାପ କ୍ଷେତ୍ର ସହ ଜଡ଼ିତ ଘୂର୍ଣ୍ଣିବଳୟ ସମୁଦ୍ର ପତନ ଠାରୁ ବାୟୁମଣ୍ଡଳରେ ୭ଦଶମିକ ୬ କିଲୋମିଟର ଉଚ୍ଚତା ଯାଏଁ ବ୍ୟାପିଛି । ଏହାର ପ୍ରଭାବରେ ଆଗାମୀ ୪୮ଘଣ୍ଟା ଭିତରେ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ଆକଳନ କରିଛି । ଆଗାମୀ ୩ଘଂଟା ପାଇଁ ଟ୍ୱିନ ସିଟି ସମେତ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଆଜି ସକାଳ ସାଢେ ୮ଟାରୁ ଶନିବାର ସକାଳ ସାଢେ ୮ଟା ଯାଏଁ ୭ଟି ଜିଲ୍ଲାରେ ପ୍ରବଳରୁ ପ୍ରବଳ ବର୍ଷା ହେବାର ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ରାଜ୍ୟର ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର ଓ ନୂଆପଡା ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ଏଣୁ ଏହି ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିଭଳି ଆଜି ପାଇଁ ୧୨ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଆସନ୍ତାକାଲି ମଧ୍ୟ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇପାରେ । ନୂଆପଡା, ବରଗଡ, ଝାରସୁଗୁଡା ଓ ସୁନ୍ଦରଗଡ ଆଦି ଜିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ସେପଟେ ପୁରୀରେ ସର୍ବାଧିକ ବର୍ଷା ରେକର୍ଡ କରାଯାଇଛି । ଆଜି ସକାଳ ୫ଟା ୩୦ ସୁଦ୍ଧା ପୁରୀରେ ସର୍ବାଧିକ ବର୍ଷା ରେକର୍ଡ ହୋଇଛି । ପୁରୀରେ ସର୍ବାଧିକ ୬୬.୨ମିମି ବର୍ଷା ରେକର୍ଡ କରାଯାଇଥିବା ସୂଚନା ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା