Masthead

ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ବର୍ଷା; ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ଜାରି ରହିଛି ବର୍ଷା । ଉତ୍ତର ଓଡ଼ିଶା ଉପକୂଳ ଦେଇ ଝାଡଖଣ୍ଡ ଏବଂ ମଧ୍ୟପ୍ରଦେଶ ମୁହାଁ ହୋଇଛି ଲଘୁଚାପ । ପ୍ରବଳ ବର୍ଷାନେଇ ଆଜି ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସୁନ୍ଦରଗଡ଼, ସମ୍ବଲପୁର, ନୂଆପଡ଼ା, ଦେବଗଡ଼, ନବରଙ୍ଗପୁର, କୋରାପୁଟ, ମାଲକାନଗିରି, କଳାହାଣ୍ଡି, କେନ୍ଦୁଝର, ଝାରସୁଗୁଡା, ବରଗଡ଼, କନ୍ଧମାଳକୁ ୟୋଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ସେହିପରି ୧୮ ତାରିଖ ଦିନ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର ଓ ନୂଆପଡ଼ା ଆଦି ଜିଲ୍ଲାରେ ପ୍ରବଳ ବର୍ଷାଜନିତ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଆସନ୍ତାକାଲି ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ । ପରବର୍ତ୍ତୀ ସମୟରେ ଏହା ଲଘୁଚାପର ରୂପ ନେବା ସମ୍ଭାବନା ରହିଛି । ଜୁନ ୧ରୁ ୧୬ ଜୁଲାଇ ମଧ୍ୟରେ ରାଜ୍ୟରେ ୨୮୫. ୧ ମିଲିମିଟର ବର୍ଷା ରେକର୍ଡ ହୋଇଛି । ଏହା ସ୍ୱାଭାବିକ ବର୍ଷାଠାରୁ ୨୩ ପ୍ରତିଶତ ନିଅଣ୍ଟିଆ ରହିଛି । ଗତ ୨୪ ଘଣ୍ଟାର ବର୍ଷା ୫ ପ୍ରତିଶତ ନିଅଣ୍ଟିଆ ବର୍ଷାକୁ ଭରଣା କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ