Masthead

ଅସହ୍ୟ ଗୁଳୁଗୁଳି, ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆସିଲା ମୌସୁମୀ । ତାତିରୁ ନିସ୍ତାର ମିଳୁନି । ଆଗକୁ ଆହୁରି ଜାଳିବ ତାତି । ରାଜ୍ୟରେ ଆହୁରି ତିନରୁ ଚାରି ଦିନ ଗ୍ରୀଷ୍ମ ପ୍ରବାହ ଲାଗି ରହିବ । ବିଶେଷ କରି ଉତ୍ତର ଓ ଉପକୂଳ ଓଡ଼ିଶାରେ ଅସହ୍ୟ ଗୁଳୁଗୁଳି ଅନୁଭୂତ ହେବ । ୧୫ରୁ ପାଗ ବଦଳିବ, ବର୍ଷା ଆରମ୍ଭ ହୋଇପାରେ । ୧୫ ତାରିଖ ପୂର୍ବରୁ ମୌସୁମୀ ବର୍ଷା ସମ୍ଭାବନା କମ୍ । ସୋମବାର ନୂଆପଡ଼ା ତାପମାତ୍ରା ୪୪ ଡିଗ୍ରୀ ସେଲସିୟସ୍ ଛୁଇଁଥିଲା ବୌଦ୍ଧ ୪୨.୮, ପାରଳାଖେମୁଣ୍ଡି ୪୨.୪, ବଲାଙ୍ଗୀର ୪୨.୨, ବାରିପଦା ୪୨ ରହିଥିଲା । ଆଉ ୧୦ ସହରରେ ପାରଦ ୪୧ କିମ୍ବା ତା’ଠାରୁ ଅଧିକ ଥିଲା । ଉପକୂଳ ଓଡ଼ିଶା ତାତି ୪୦ ଡିଗ୍ରୀ ଛୁଇଁଥିବାବେଳେ ଭୟଙ୍କର ସ୍ଥିତି କଲାଣି ଗୁଳୁଗୁଳି ପ୍ରକୋପ ।

ସେପଟେ ରାଜ୍ୟରେ ଅଂଶୁଘାତର ମାମଲା ବଢୁଥିବାରୁ ସତର୍କ ରହିବାକୁ ପରାମର୍ଶ ଦେଇଛି ସ୍ୱାସ୍ଥ୍ୟ ବିଭାଗ । ଗ୍ରୀଷ୍ମ ପ୍ରବାହ ଓ ଗୁଳୁଗୁଳି ପାଇଁ ଆଜି ଓଡ଼ିଶାର ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ସେହିପରି ଆସନ୍ତାକାଲି ପଶ୍ଚିମ ଓଡିଶାର ୮ଟି ଜିଲ୍ଲାରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଜାରି ରହିବ ଓ ଉପକୂଳ ଓଡିଶାର ୧୧ ଜିଲ୍ଲାରେ ଅସହ୍ୟ ଗୁଳୁଗୁଳି ଅନୁଭୂତ ହେବ । ଆସନ୍ତାକାଲି ପାଇଁ ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା