ଅସହ୍ୟ ଗୁଳୁଗୁଳି, ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆସିଲା ମୌସୁମୀ । ତାତିରୁ ନିସ୍ତାର ମିଳୁନି । ଆଗକୁ ଆହୁରି ଜାଳିବ ତାତି । ରାଜ୍ୟରେ ଆହୁରି ତିନରୁ ଚାରି ଦିନ ଗ୍ରୀଷ୍ମ ପ୍ରବାହ ଲାଗି ରହିବ । ବିଶେଷ କରି ଉତ୍ତର ଓ ଉପକୂଳ ଓଡ଼ିଶାରେ ଅସହ୍ୟ ଗୁଳୁଗୁଳି ଅନୁଭୂତ ହେବ । ୧୫ରୁ ପାଗ ବଦଳିବ, ବର୍ଷା ଆରମ୍ଭ ହୋଇପାରେ । ୧୫ ତାରିଖ ପୂର୍ବରୁ ମୌସୁମୀ ବର୍ଷା ସମ୍ଭାବନା କମ୍ । ସୋମବାର ନୂଆପଡ଼ା ତାପମାତ୍ରା ୪୪ ଡିଗ୍ରୀ ସେଲସିୟସ୍ ଛୁଇଁଥିଲା ବୌଦ୍ଧ ୪୨.୮, ପାରଳାଖେମୁଣ୍ଡି ୪୨.୪, ବଲାଙ୍ଗୀର ୪୨.୨, ବାରିପଦା ୪୨ ରହିଥିଲା । ଆଉ ୧୦ ସହରରେ ପାରଦ ୪୧ କିମ୍ବା ତା’ଠାରୁ ଅଧିକ ଥିଲା । ଉପକୂଳ ଓଡ଼ିଶା ତାତି ୪୦ ଡିଗ୍ରୀ ଛୁଇଁଥିବାବେଳେ ଭୟଙ୍କର ସ୍ଥିତି କଲାଣି ଗୁଳୁଗୁଳି ପ୍ରକୋପ ।

ସେପଟେ ରାଜ୍ୟରେ ଅଂଶୁଘାତର ମାମଲା ବଢୁଥିବାରୁ ସତର୍କ ରହିବାକୁ ପରାମର୍ଶ ଦେଇଛି ସ୍ୱାସ୍ଥ୍ୟ ବିଭାଗ । ଗ୍ରୀଷ୍ମ ପ୍ରବାହ ଓ ଗୁଳୁଗୁଳି ପାଇଁ ଆଜି ଓଡ଼ିଶାର ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ସେହିପରି ଆସନ୍ତାକାଲି ପଶ୍ଚିମ ଓଡିଶାର ୮ଟି ଜିଲ୍ଲାରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଜାରି ରହିବ ଓ ଉପକୂଳ ଓଡିଶାର ୧୧ ଜିଲ୍ଲାରେ ଅସହ୍ୟ ଗୁଳୁଗୁଳି ଅନୁଭୂତ ହେବ । ଆସନ୍ତାକାଲି ପାଇଁ ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ