Masthead

୧୫ ଜିଲ୍ଲାକୁ ୟଲୋ ୱାର୍ଣ୍ଣିଂ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ବଙ୍ଗୋପସାଗରରେ ଲଘୁଚାରର ରୂପ ନେଇପାରେ ଘୂର୍ଣ୍ଣିବଳୟ । ଏହାର ପ୍ରଭାବରେ ଆଜିଠୁ ତୁହାତୁ ତୁହା ବର୍ଷା ହେବ । ଆସନ୍ତା ୨୬ ତାରିଖ ଯାଏ ରାଜ୍ୟର ଅଧିକାଂଶ ଜିଲ୍ଲାରେ ବର୍ଷା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଆଜି ବିଜୁଳି ଘଡଘଡି ସହ ଅଧିକାଂଶ ଜିଲ୍ଲାରେ ହାଲୁକରୁ ମଧ୍ୟମ ଧରଣର ବର୍ଷା ସହ ଗୋଟେ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ବିଶେଷକରି ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ବର୍ଷାର ପ୍ରଭାବ ରହିବ। ପ୍ରବଳ ବର୍ଷା ନେଇ ୧୫ ଜିଲ୍ଲାକୁ ୟଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ଏହି ଜିଲ୍ଲା ଗୁଡ଼ିକ ହେଉଛି ଗଞ୍ଜାମ , ଗଜପତି, କନ୍ଧମାଳ, କଳାହାଣ୍ଡି, ରାୟଗଡା, କୋରାପୁଟ, ମାଲକାନଗିରି , ନବରଙ୍ଗପୁର, ନୂଆପଡା, ମୟୁରଭଞ୍ଜ ,କେନ୍ଦୁଝର , ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା ଓ ଯାଜପୁର । ୨୪, ୨୫ ଓ ୨୬ ତାରିଖରେ ଉପକୂଳ ଓଡ଼ିଶାରେ ବର୍ଷା ସମ୍ଭାବନା ଅଛି । ୨୫, ୨୬ ଓ ୨୭ ତାରିଖରେ ସମ୍ବଲପୁରରୁ ସୁନ୍ଦରଗଡ଼ ଯାଏ ପଶ୍ଚିମ ଓଡ଼ିଶାରେ ବର୍ଷା ହୋଇପାରେ । ଉପକୂଳ ଓ ଦକ୍ଷିଣ ଆଭ୍ୟନ୍ତରରେ ଭାରି ବର୍ଷା ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା